Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

29 ଅପରାହ୍ନରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ

Rashmita Mishra
Browse all articles by Rashmita Mishra
·1 year ago
29 ଅପରାହ୍ନରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ

ଅର୍ଗସ ବ୍ୟୁରୋ: ଆସନ୍ତା 29 ଅପରାହ୍ନରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି ।  ପ୍ରଧାନମନ୍ତ୍ରୀ ମୋଦି ଓ ଅମିତ ଶାହାଙ୍କ ଓଡିଶା ଗସ୍ତ ନେଇ ବିଜେପି କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ ହୋଇଛି। SPG ଟିମ ମଧ୍ୟ ବୈଠକରେ ସାମିଲ ହୋଇଛନ୍ତି । ପୋଲିସ, ଅଗ୍ନିଶମ, ଟେଲିକମ ଓ ସ୍ୱାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀ ରାଜ୍ୟ କାର୍ଯ୍ୟାଳୟରେ ଉପସ୍ଥିତ ଥିଲେ । ରାଜ୍ୟ ବିଜେପି ସଭାପତିଙ୍କ ସମେତ ବରିଷ୍ଠ ପଦାଧିକାରୀ ମନ୍ତ୍ରୀ ଓ ବିଧାୟକ ମଧ୍ୟ ଉପସ୍ଥିତ ଥିଲେ । ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ, ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ , ଖାଦ୍ୟ ଯୋଗାନମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର , ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ସମେତ ଅନେକ ବିଧାୟକ ବୈଠକରେ ଉପସ୍ଥିତ ଥିଲେ । 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Prime Minister will arrive in Odisha on the afternoon of 29 | Argus News