Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଗୁଣାତ୍ମକ ଶିକ୍ଷାକୁ ସର୍ବବ୍ୟାପୀ ଓ ସର୍ବସ୍ପର୍ଶୀ କରିବାକୁ ପ୍ରଧାନମନ୍ତ୍ରୀଙ୍କ ପ୍ରୟାସ 

Manini Pattanayak
Browse all articles by Manini Pattanayak
·2 years ago·2 min read
ଗୁଣାତ୍ମକ ଶିକ୍ଷାକୁ ସର୍ବବ୍ୟାପୀ ଓ ସର୍ବସ୍ପର୍ଶୀ କରିବାକୁ ପ୍ରଧାନମନ୍ତ୍ରୀଙ୍କ ପ୍ରୟାସ 

ଭୁବନେଶ୍ୱର:  ଗୁଣାତ୍ମକ ଶିକ୍ଷାକୁ ସର୍ବବ୍ୟାପୀ ଓ ସର୍ବସ୍ପର୍ଶୀ କରିବାକୁ ପ୍ରଧାନମନ୍ତ୍ରୀଙ୍କ ପ୍ରୟାସ। ଓଡ଼ିଶାରେ ଲାଗୁ ହେଲା ପିଏମ୍ ଶ୍ରୀ ସ୍କୁଲ୍। ୮୦୦ଟି ବିଦ୍ୟାଳୟ ବିକଶିତ ହେବାର ଯୋଜନା। ପ୍ରତ୍ୟେକ ବ୍ଲକ ଏବଂ ପୌରାଞ୍ଚଳରେ ଦୁଇଟି ସ୍କୁଲ୍ ହେବ ବିକଶିତ। ଅତ୍ୟାଧୁନିକ ଓ ସାମଗ୍ରିକ ପଦ୍ଧତିରେ କରାଯିବ ଶିକ୍ଷାଦାନ। ନବସୃଜନ ଆଧାରିତ, ନୂତନ ପ୍ରଯୁକ୍ତିବିଦ୍ୟା, ସ୍ମାର୍ଟ କ୍ଲାସରୁମ୍ ଏବଂ କ୍ରୀଡ଼ାକୁ ଗୁରୁତ୍ବ। ପୂର୍ବରୁ ଶ୍ରେୟ ଯିବା ଭୟରେ 3-3 ଥର ଚିଠି ପରେ ବି MOU ସ୍ବାକ୍ଷରିତ କରିନଥିଲା ବିଜେଡି ସରକାର। ପୂର୍ବରୁ ଶ୍ରେୟ ଯିବା ଭୟରେ 3-3 ଥର ଚିଠି ପରେ ବି MOU ସ୍ବାକ୍ଷରିତ କରିନଥିଲା ବିଜେଡି ସରକାର ।

ଓଡ଼ିଶାରେ ଲାଗୁ ହୋଇଛି ପିଏମ୍ ଶ୍ରୀ ସ୍କୁଲ୍ । ଏଥିପାଇଁ ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନେତୃତ୍ବରେ ଶିକ୍ଷା ରାଷ୍ଟ୍ରମନ୍ତ୍ରୀ ଜୟନ୍ତ ଚୌଧୁରୀ ଏବଂ ଓଡ଼ିଶାର ଶିକ୍ଷା ସଚିବଙ୍କ ଉପସ୍ଥିତିରେ ଏମଓୟୁ ସ୍ବାକ୍ଷରିତ ହୋଇଛି । ବିଦ୍ୟାଳୟ ଗୁଡ଼ିକର ଭିତ୍ତିଭୂମି ଏବଂ ଗୁଣବତ୍ତା ବୃଦ୍ଧି କରିବା ଏହାର ମୁଖ୍ୟ ଉଦ୍ଦେଶ୍ୟ । ପ୍ରତ୍ୟେକ ବ୍ଲକ ଏବଂ ପୌରାଞ୍ଚଳରେ ଦୁଇଟି ଲେଖାଏଁ ସ୍କୁଲକୁ ପିଏମ୍ ଶ୍ରୀ ସ୍କୁଲରେ ବିକଶିତ କରାଯିବ । ପାଖାପାଖି ୮୦୦ଟି ସ୍କୁଲ୍ ପିଏମ ଶ୍ରୀ ସ୍କୁଲରେ ବିକଶିତ ହେବାର ଯୋଜନା ରହିଛି । ନବସୃଜନ ଆଧାରିତ, ନୂତନ ପ୍ରଯୁକ୍ତିବିଦ୍ୟା, ସ୍ମାର୍ଟ କ୍ଲାସରୁମ୍ ଏବଂ କ୍ରୀଡ଼ା ସହ ଅନ୍ୟାନ୍ୟ ଦିଗକୁ ଗୁରୁତ୍ବ ଦିଆଯିବ। ଜାତୀୟ ଶିକ୍ଷାନୀତିର ପ୍ରୟୋଗଶାଳା ଭାବେ ଏହି ସ୍କୁଲ ନିଜ ଅଭିଜ୍ଞତା, ସାମଗ୍ରିକ, ଶିକ୍ଷଣ କେନ୍ଦ୍ରୀତ ପଦ୍ଧତି ଓ ଆଲୋଚନାତ୍ମକ ପଦ୍ଧତି ମାଧ୍ୟମରେ ଏକବିଂଶ ଶତାବ୍ଦୀର କୌଶଳ, ମାନବବାଦୀ ଦୃଷ୍ଟିକୋଣ, ବ୍ୟକ୍ତିତ୍ବ ଗଠନ କରିବାରେ ସହାୟକ ହେବ । ICT, ଡ଼ିଜିଟାଲ ଲ୍ୟାବ, ଡିଜିଟାଲ ଲାଇବ୍ରେରୀ, ଡିଜିଟାଲ ଲର୍ଣ୍ଣିଂ ଟୁଲ୍ସର ବ୍ୟବସ୍ଥା ରହିବ । ମାତୃଭାଷାକୁ ପ୍ରାଧାନ୍ୟ ଦେବା ସହ ଶିକ୍ଷକ ଓ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଭାଷା ଦୂରତାକୁ ହ୍ରାସ କରିବ । ରାଜ୍ୟରେ ପିଏମଶ୍ରୀ ଲାଗୁ ପରେ ଏହାକୁ ସ୍ବାଗତ କରିଛନ୍ତି ଶିକ୍ଷାବିତ୍, ଛାତ୍ରଛାତ୍ରୀ ଓ ଅଭିଭାବକ । ଏଥିପାଇଁ କେନ୍ଦ୍ରଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଧନ୍ୟବାଦ ଜଣାଇଛନ୍ତି ।
 
 ପୂର୍ବରୁ ବିଜେଡ଼ି ସରକାର ସମୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ତିନି ତିନି ଥର ଚିଠି ଲେଖି ଏମଓୟୁ ସ୍ବାକ୍ଷରିତ କରିବାକୁ ବାରମ୍ବାର ଅପିଲ କରିଥିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।  ହେଲେ କେନ୍ଦ୍ର ସରକାରଙ୍କୁ ଶ୍ରେୟ ଯିବା ଡରରେ ଏମଓୟୁ କରିନଥିଲା ପୂର୍ବର ବିଜେଡି ସରକାର । ବର୍ତ୍ତମାନ ସୁଦ୍ଧା ୩୧ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସହିତ କେନ୍ଦ୍ରୀୟ ବିଦ୍ୟାଳୟ ସଂଗଠନ ଏବଂ ନବୋଦୟ ବିଦ୍ୟାଳୟ ସମିତି ପିଏମ୍ ଶ୍ରୀ ସ୍କୁଲ ଅଧୀନରେ ସେମାନଙ୍କ ବିଦ୍ୟାଳୟର ଉନ୍ନତିକରଣ ପାଇଁ ଶିକ୍ଷା ମନ୍ତ୍ରଣାଳୟ ସହ ବୁଝାମଣାପତ୍ର ସ୍ବାକ୍ଷର କରିଛନ୍ତି ।   

ଅଧିକ ପଢନ୍ତୁ ଓଡ଼ିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Prime Minister's efforts to make quality education universal and accessible | Argus News