Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ଓଡ଼ିଶାରେ ଲାଗୁ ହେବ ପ୍ରଧାନମନ୍ତ୍ରୀ ଉଚ୍ଚତର ଶିକ୍ଷା ଅଭିଯାନ ବା ପିଏମ ଉଷା

Odisha

ଓଡ଼ିଶାରେ ଲାଗୁ ହେବ ପ୍ରଧାନମନ୍ତ୍ରୀ ଉଚ୍ଚତର ଶିକ୍ଷା ଅଭିଯାନ ବା ପିଏମ ଉଷା

Rashmita Mishra
Browse all articles by Rashmita Mishra
·1 year ago·1 min read
ଓଡ଼ିଶାରେ ଲାଗୁ ହେବ ପ୍ରଧାନମନ୍ତ୍ରୀ ଉଚ୍ଚତର ଶିକ୍ଷା ଅଭିଯାନ ବା ପିଏମ ଉଷା

ଅର୍ଗସ ବ୍ୟୁରୋ: ଓଡ଼ିଶାରେ ଲାଗୁ ହେବ ପ୍ରଧାନମନ୍ତ୍ରୀ ଉଚ୍ଚତର ଶିକ୍ଷା ଅଭିଯାନ ବା ପିଏମ ଉଷା। PM-USHA ଯୋଜନାରେ ଓଡିଶାକୁ ମିଳିବ ୬୭୦ କୋଟି । କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟରେ PM-USHA ତୃତୀୟ ପ୍ରୋଜେକ୍ଟ ଆପ୍ରୁଭାଲ୍ ବୋର୍ଡ ବୈଠକରେ ଏହି ଆର୍ଥିକ ଅନୁମୋଦନ ପାରିତ ହୋଇଛି । ରେଭେନ୍ସା ବିଶ୍ବବିଦ୍ୟାଳୟ, ବ୍ରହ୍ମପୁର ବିଶ୍ବବିଦ୍ୟାଳୟ, ମୟୁରଭଞ୍ଜର ଶ୍ରୀରାମ ଚନ୍ଦ୍ର ଭଞ୍ଜ ଦେଓ ବିଶ୍ବବିଦ୍ୟାଳୟ ଏବଂ ସମ୍ବଲପୁର ବିଶ୍ବବିଦ୍ୟାଳୟରେ ଶିକ୍ଷା ଓ ଗବେଷଣାର ବିକାଶ ନିମନ୍ତେ ସର୍ବମୋଟ ୪୦୦ କୋଟି ଟଙ୍କା ପାଇବେ । ସେହିପରି ଆକାଂକ୍ଷୀ ଜିଲ୍ଲା ମାନଙ୍କରେ ଥିବା ବିଶ୍ବବିଦ୍ୟାଳୟ ଯଥା- କୋରାପୁଟର ବିକ୍ରମ ଦେବ ବିଶ୍ୱ ବିଦ୍ୟାଳୟ, କଳାହାଣ୍ଡି ବିଶ୍ବବିଦ୍ୟାଳୟ, ବଲାଙ୍ଗିରର ରାଜେନ୍ଦ୍ର ବିଶ୍ବ ବିଦ୍ୟାଳୟ ପାଇଁ ୨୦ କୋଟି ଟଙ୍କା ପ୍ରଦାନ କରାଯିବ। ଓଡ଼ିଶା ରାଜ୍ୟ ମୁକ୍ତ ବିଶ୍ବବିଦ୍ୟାଳୟ, ସମ୍ବଲପୁରର ବିକାଶ ନିମନ୍ତେ ମଧ୍ୟ ୨୦ କୋଟି ଟଙ୍କା ପ୍ରଦାନ କରାଯିବ । PM-USHAର କାର୍ଯ୍ୟକାରିତା ପାଇଁ ବିଶ୍ବବିଦ୍ୟାଳୟ ଓ ମହାବିଦ୍ୟାଳୟ ଗୁଡିକ ନିଜ ନିଜ ଶିକ୍ଷାନୁଷ୍ଠାନର ବିକାଶ ନିମନ୍ତେ ଏକ DPR ଉଚ୍ଚଶିକ୍ଷା ବିଭାଗକୁ ପ୍ରଦାନ କରିବେ । ବିଶ୍ବବିଦ୍ୟାଳୟ ଓ ମହାବିଦ୍ୟାଳୟର ସ୍ମାର୍ଟ କ୍ଲାସରୁମ୍, ଲାବ୍ରୋଟୋରି, କମ୍ପ୍ୟୁଟର ଲାବ୍ରୋଟୋରୀ, ଏକାଡେମିକ ବିଲଡିଂ, ଲାଇବ୍ରେରୀ, ଇ- ଲାଇବ୍ରେରୀ ଆଦିର ନିର୍ମାଣ କରାଯିବ । ସେହିପରି ବିଶ୍ବବିଦ୍ୟାଳୟ ମାନଙ୍କରେ ଉଚ୍ଚକୋଟିର ଗବେଷଣା ନିମନ୍ତେ ଆବଶ୍ୟକୀୟ ଭିତ୍ତିଭୂମି ପ୍ରଦାନ କରାଯିବ କହିଛନ୍ତି ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
prime-ministers-higher-education-mission-or-pm-usha-to-be-implemented-in-odisha | Argus News