ଆସନ୍ତା ୮ ଓ ୯ ତାରିଖରେ ପ୍ରଧାନମନ୍ତ୍ରୀଙ୍କ ଆନ୍ଧ୍ରପ୍ରଦେଶ ଓ ଓଡ଼ିଶା ଗସ୍ତ

ଆସନ୍ତା ୮ ଓ ୯ ତାରିଖରେ ପ୍ରଧାନମନ୍ତ୍ରୀଙ୍କ ଆନ୍ଧ୍ରପ୍ରଦେଶ ଓ ଓଡ଼ିଶା ଗସ୍ତ । ୮ ତାରିଖରେ ଆନ୍ଧ୍ରପ୍ରଦେଶରେ ୨ ଲକ୍ଷ କୋଟି ଟଙ୍କା ମୂଲ୍ୟର ବିଭିନ୍ନ ପ୍ରକଳ୍ପର ଉଦଘାଟନ, ଶିଳାନ୍ୟାସ କରିବେ ମୋଦି । ୯ ତାରିଖ ପୂର୍ବାହ୍ଣ ୧୦ଟା ରେ ଭୁବନେଶ୍ବରେ ଆୟୋଜିତ ୧୮ତମ ପ୍ରବାସୀ ଭାରତୀୟ ଦିବସ ସମାରୋହରେ ସାମିଲ ହେବେ ପ୍ରଧାନମନ୍ତ୍ରୀ । ବିକଶିତ ଭାରତ ଲାଗି ପ୍ରବାସୀଙ୍କ ଅବଦାନ ଶୀର୍ଷକ ସମାରୋହରେ ଯୋଗଦାନ ସହ ପ୍ରଧାନମନ୍ତ୍ରୀ ପ୍ରବାସୀ ଭାରତୀୟ ଏକ୍ସପ୍ରେସର ମଧ୍ୟ ଶୁଭାରମ୍ଭ କରିବେ । ପ୍ରବାସୀ ଭାରତୀୟମାନଙ୍କ ଉଦ୍ଦିଷ୍ଟ ଏହି ସ୍ବତନ୍ତ୍ର ଟ୍ରେନଟି ଦିଲ୍ଲୀର ନିଜାମୁଦ୍ଦିନ ରେଳ ଷ୍ଟେସନରୁ ଯାତ୍ରା ଆରମ୍ଭ କରି ତିନି ସପ୍ତାହ ଧରି ଦେଶର ବିଭିନ୍ନ ଧାର୍ମିକ ଓ ପର୍ଯ୍ୟଟନ ସ୍ଥଳୀକୁ ଯାତ୍ରା କରିବ। ପ୍ରବାସୀ ତୀର୍ଥ ଦର୍ଶନ ଯୋଜନାରେ ଏହି ପ୍ରବାସୀ ଭାରତୀୟ ଏକ୍ସପ୍ରେସ ଯାତ୍ରା ଆୟୋଜନ କରାଯିବ ।ପିବିଡି ସମ୍ମିଳନୀରେ ଅଂଶଗ୍ରହଣ କରିବା ପାଇଁ ୫୦ରୁ ଅଧିକ ଦେଶରୁ ବହୁ ସଂଖ୍ୟକ ପ୍ରବାସୀ ଭାରତୀୟ ପଞ୍ଜୀକରଣ କରିଛନ୍ତି।