Lord Jagannath / ଆଜି ରାତିରେ ୬ ଘଣ୍ଟା ବନ୍ଦ ରହିବ ଆଡ଼ପ ମଣ୍ଡପରେ ସର୍ବସାଧାରଣ ଦର୍ଶନ

Key Points
ରାତି ୯ରୁ ୩ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ
ବନକଲାଗି ନୀତି ପାଇଁ ୬ ଘଣ୍ଟା ଦର୍ଶନ ବନ୍ଦ
ଭକ୍ତ ଧ୍ୟାନ ଦିଅନ୍ତୁ ଆଜି ରାତିରେ ଦର୍ଶନ ବନ୍ଦ
ଆଜି ରାତିରେ ୬ ଘଣ୍ଟା ବନ୍ଦ ରହିବ ଆଡ଼ପ ମଣ୍ଡପରେ ସର୍ବସାଧାରଣ ଦର୍ଶନ । ଆଜି ରବିବାର ଆଷାଢ଼ ଶୁକ୍ଳ ପଞ୍ଚମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି, ନୀତି ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପରେ ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ରାତ୍ର ୯ ଟା ଠାରୁ ବିଳମ୍ବିତ ରାତ୍ର ୩ ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।
ଆଜି ଆଷାଢ଼ ଶୁକ୍ଳ ପଞ୍ଚମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପରେ ଅନୁଷ୍ଠିତ ହେଉଛି। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ରାତି ୯ଟାରୁ ବିଳମ୍ବିତ ରାତି ୩ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।
ସୂଚନାଯୋଗ୍ୟ, ଆଉ କିଛି ସମୟ ପରେ ବା ୧୦ଟା ବେଳେ ଆଡ଼ପ ମଣ୍ଡପରେ ମହାପ୍ରଭୁ ଦର୍ଶନ ଦେଉଛନ୍ତି। ସେଥିପାଇଁ ହଜାର ହଜାର ଭକ୍ତ ଅପେକ୍ଷା କରି ରହିଛନ୍ତି। ଏଥିଲାଗି ଭକ୍ତଙ୍କ ଲମ୍ବାଧାଡ଼ି ପରିଲକ୍ଷିତ ହେଉଛି ।
ଭକ୍ତମାନେ ଆଜି(ରବିବାର) ଠାରୁ ଆଡ଼ପ ମଣ୍ଡପରେ ଦର୍ଶନ କରିବାର ସୌଭାଗ୍ୟ ପାଇବେ । ଆଡ଼ପ ମଣ୍ଡପରେ ଅଧିଷ୍ଠିତ ହେବା ସ୍ବୟଂ ମହାପ୍ରଭୁଙ୍କ ନିର୍ଦ୍ଦେଶ ବୋଲି ଶାସ୍ତ୍ର ବିଦିତ। ଆଡ଼ପ ମଣ୍ଡପରେ ଜଗନ୍ନାଥଙ୍କର ଅବସ୍ଥିତିକୁ ଜନ୍ମବେଦି ଯୋଗ କୁହାଯାଏ । ଜନ୍ମବେଦି ମହାପ୍ରଭୁଙ୍କ ପୃଥିବୀର ସବୁଠାରୁ ପ୍ରୀତିପଦ ସ୍ଥାନ ବୋଲି ପୁରାଣରେ ଉଲ୍ଲେଖ ରହିଛି । ଏଥିପାଇଁ ରଥାଯାତ୍ରାରେ ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଭକ୍ତଙ୍କ ସୁଅ ଛୁଟିବ । ଏହାକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥାକୁ ବଢ଼ାଇ ଦିଆଯାଇଛି ।
ଶୁକ୍ରବାର ତିନି ରଥ ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚିବା ପରେ ରଥ ଉପରେ ଦୈନିନ୍ଦିନ ନୀତିକାନ୍ତି ଆରମ୍ଭ ହୋଇଥିଲା । ତିନି ରଥରେ ଚନ୍ଦନଲାଗି ହୋଇଥିଲା । ବଡ଼ସିଂହାର ବେଶ କରାଯାଇଥିଲା । ବଡ଼ସିଂହାର ବେଶ ଶେଷ ପରେ ବଡ଼ସିଂହାର ଭୋଗ ହୋଇଥିଲା। ଭୋଗ ନୀତି ସଂପନ୍ନ ହୋଇଥିଲା । ପରେ ରଥ ଉପରେ ରାତ୍ର ପହୁଡ଼ ହୋଇଥିଲା । ସକାଳୁ ମଙ୍ଗଳ ଆଳତି ପରେ ଅନ୍ୟାନ୍ୟ ନୀତି ବଢ଼ିଥିଲା । ରଥ ଉପରେ ଗୋପାଳବଲ୍ଲଭ ଓ ଅନ୍ୟାନ୍ୟ ଭୋଗ ନୀତି ସଂପନ୍ନ ହୋଇଥିଲା । ତିନି ରଥରେ ମଇଲମ, ମହାସ୍ନାନ, ସର୍ବାଙ୍ଗ, ବେଶ ପରେ ମଧ୍ୟାହ୍ନଧୂପ ନୀତି ଅନୁଷ୍ଠିତ ହୋଇଥିଲା। ସନ୍ଧ୍ୟାଧୂପ ପରେ ଘୋଡ଼ା ଫିଟା ଓ ଚାରବନ୍ଧା ଆରମ୍ଭ ହୋଇଥିଲା ।
📱 Get Argus News App
✨Related Topics
Explore more stories