Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ବନକଲାଗି ନୀତି, ୫ ଘଣ୍ଟା ଜଗା ଦର୍ଶନ ବନ୍ଦ

Rashmita Mishra
Browse all articles by Rashmita Mishra
·1 year ago
ବନକଲାଗି ନୀତି, ୫ ଘଣ୍ଟା ଜଗା ଦର୍ଶନ ବନ୍ଦ

ଅର୍ଗସ ବ୍ୟୁରୋ: ଆଜି ମାର୍ଗଶିର କୃଷ୍ଣ ଦ୍ଵାଦଶୀ ତିଥିରେ ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ  ।ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ  ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପର୍ଣ୍ନ କରିବେ ।  ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ  ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ ।  ଏହା ଏକ ଗୁପ୍ତ ସେବା ଓ ଏକ ସ୍ୱତନ୍ତ୍ର ନୀତି ହୋଇଥିବାରୁ ଆଜି ଅପରାହ୍ନ 5 ଟା ରୁ ରାତ୍ର 10 ଟା ପର୍ଯ୍ୟନ୍ତ ପ୍ରାୟ ପାଞ୍ଚ ଘଣ୍ଟା ଧରି  ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସୂଚନା ମିଳିଛି। ବନକଲାଗି ନୀତି ପରେ  ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ । ଏହାପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ ।

 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Public viewing closed from 5 pm to 10 pm today | Argus News