Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ଆଜି  ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

Odisha

ଆଜି  ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

Manini Pattanayak
Browse all articles by Manini Pattanayak
·1 year ago·1 min read
ଆଜି  ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ: ଆଜି ଶ୍ରାବଣ ଅମାବାସ୍ୟା ଅବସରରେ ଶ୍ରୀମନ୍ଦିରରେ ଚିତାଲାଗି ଅମାବାସ୍ୟା ନୀତି ଅନୁଷ୍ଠିତ ହେବ । ଆଜି ମହାପ୍ରଭୁଙ୍କୁ ରତ୍ନଚିତା ଲାଗି କରାଯିବ । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ହୀରା ଚିତା,ପ୍ରଭୁ ବଳଭଦ୍ରଙ୍କୁ ନୀଳା ଚିତା ଓ ଦେବୀ ସୁଭଦ୍ରାଙ୍କୁ ପାନା ଚିତା ଲାଗି କରାଯିବ । ତେଣୁ  ଆଜି  ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ।  ଦ୍ୱିପ୍ରହର ଧୂପ ସରି ପ୍ରଥମ ଭୋଗମଣ୍ଡପ ନୀତି ଶେଷ ହେବାପରେ ରତ୍ନସିଂହାସନରୁ ଶ୍ରୀଦେବୀ ଓ ଭୂଦେବୀ ଖଟଶେଯ ଘରକୁ ବିଜେ କରିବା ପରେ ଶ୍ରୀଜୀଉଙ୍କ ଝୋବା ମଇଲମ ହୋଇ ଜୟବିଜୟ ଦ୍ୱାର ବନ୍ଦ କରାଯିବ । ପତିମହାପାତ୍ର ସେବକ  ସଂସ୍କାର କରିବା ପରେ ବାଡ଼ଗ୍ରାହୀ ଦଇତାପତି ମାନେ ରତ୍ନସିଂହାସନାରେ ଅଧିଷ୍ଠିତ ଶ୍ରୀଜୀଉଙ୍କର ଚିତାଲାଗି କାର୍ଯ୍ୟ ସମ୍ପର୍ଣ୍ନ କରିବେ ।

ସ୍ନାନପୂର୍ଣ୍ଣିମା ଦିନ ରାତ୍ରିରେ ଶ୍ରୀଜୀଉମାନଙ୍କ ଶ୍ରୀମସ୍ତକରୁ ଏହି ସୁବର୍ଣ୍ଣ ଚିତାକୁ ଓଲାଗି କରାଯାଇଥିଲା । ରଥଯାତ୍ରା ଦିନ ମହାପ୍ରଭୁଙ୍କୁ ସୋଲ ଚିତା ଲାଗି କରାଯାଇଥିଲା । ତେବେ ଆଜି  ଏହି ସୋଲ ଚିତାକୁ ଓଲାଗି କରି ରତ୍ନଚିତା ଲାଗି କରାଯିବ । ଚିତାଲାଗି ନୀତି ସରିବା ପରେ ଠାକୁରଙ୍କୁ ମହାସ୍ନାନ କରାଯିବ | ତେବେ ଏହା ଏକ ଗୁପ୍ତନୀତି ହୋଇଥିବାରୁ ଆଜି ଅପରାହ୍ନ ସାଢେ 2ଟାରୁ ସଂଧ୍ୟା ୬ଟା ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି | ଚିତାଲାଗି କରି ଦଇତାପତି ସେବାୟତ ମାନେ ରତ୍ନସିଂହାସନରୁ ତଳକୁ ଓହ୍ଲାଇବା ପରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ମହାସ୍ନାନ କରାଯିବା ପରେ ପୁନର୍ବାର ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ। 

ଅଧିକ ପଢନ୍ତୁ ଓଡିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Public viewing will be closed for 4 hours today | Argus News