Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ମୋଦିଙ୍କ ରୋଡ଼ ସୋ' : ସାମିଲ ହେଲେ ହଜାର ହଜାର ଲୋକେ

Jitendra Dash
Browse all articles by Jitendra Dash
·2 years ago·2 min read
ମୋଦିଙ୍କ ରୋଡ଼ ସୋ' : ସାମିଲ ହେଲେ ହଜାର ହଜାର ଲୋକେ

ଅର୍ଗସ ବ୍ୟୁରୋ : ଚାଲିଛି ମୋଦିଙ୍କ ରୋଡ଼ ସୋ' । ଶ୍ରୀଜଉଙ୍କ ଦର୍ଶନ ପରେ ବଡ଼ଦାଣ୍ଡରୁ ଆରମ୍ଭ କରିଛନ୍ତି ରୋଡ ସୋ' । ଏହି ରୋଡ଼ ସୋ'ରେ ଦେଖିବାକୁ ମିଳୁଛି ଲୋକଙ୍କ  ଭିଡ଼ । ସମଗ୍ର ବଡ଼ଦାଣ୍ଡ ପାଲଟିଛି ଗେରୁଆମୟ । ଶ୍ରୀଜୀଉଙ୍କୁ ଦର୍ଶନ କରିବା ପରେ ପୁରୀ ସହହରରେ ରୋଡ ସୋ’ କରିଛନ୍ତି  ମୋଦି । ଏଥିପାଇଁ ମଧ୍ୟ ପୁରା ସହରରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ଏହାସହ ମୋଦିଙ୍କ ରୋଡ ସୋ’ ପାଇଁ ପୁରା ସହରବାସୀଙ୍କ ମଧ୍ୟରେ ଭିନ୍ନ ପ୍ରକାରର ଉତ୍ସାହ ମଧ୍ୟ ଦେଖିବାକୁ ମିଳିଛି । 

ପ୍ରଧାନମନ୍ତ୍ରୀଙ୍କୁ ପାଖରୁ ଦେଖିବାକୁ ବଡ଼ଦାଣ୍ଡରେ ଦେଖିବାକୁ ମିଳିଥିବା ଅସମ୍ଭବ ଭିଡ଼ । ବଡ଼ ଦାଣ୍ଡ ପାଲଟି ଯାଇଥିଲା ଜନ ସମୁଦ୍ର। ମୁହଁରେ ମୋଦିଙ୍କ ମୁଖା ତଥା ହାତରେ ମୋଦିଙ୍କ ପ୍ଲାକାର୍ଡ ଧରି ଲୋକେ ପ୍ରଧାମନ୍ତ୍ରୀଙ୍କୁ ସ୍ୱାଗତ ଜଣାଇଥିଲେ । ଉଭୟ ପାର୍ଶ୍ୱରେ ଥିବା ଲୋକଙ୍କ ମୋଦି ମୋଦି ନାରାରେ ଚତୁଃର୍ଦିଗ ପ୍ରକମ୍ପିତ ହେଉଥିବା ବେଳେ ମୋଦି ମଧ୍ୟ ହାତ ହଲାଇ ଲୋକଙ୍କୁ ଅଭିବାଦନ ଜଣାଇଥିଲେ । ନିଜ ପ୍ରିୟ ପ୍ରଧାନମନ୍ତ୍ରୀଙ୍କୁ ଦେଖିବାକୁ ଲୋକଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ପରିଲକ୍ଷିତ ହୋଇଥିଲା ।

ପ୍ରାୟ ଘଣ୍ଟାଏରୁ ଊର୍ଦ୍ଧ୍ୱ ସମୟ ଧରି ଏହି ରୋଡ ଶୋ’ ଚାଲିଥିବା ବେଳେ ବାଟରେ ଦେଖିବାକୁ ମିଳୁଥିଲା ଓଡ଼ିଶାର ସଂସ୍କୃତିର ଝଲକ । କେଉଁଠି କଳାକାରମାନେ ପ୍ରଧାନମନ୍ତ୍ରୀଙ୍କ ସ୍ୱାଗତ ନିମନ୍ତେ ଗୋଟି ପୁଅ ନୃତ୍ୟ ତ କେଉଁଠି ଓଡ଼ିଶୀ ନୃତ୍ୟ ପରିବେଷଣ କରୁଥିଲେ। ଏହାପରେ ମୋଦି ନିର୍ବାଚନୀ ପ୍ରଚାର ନିମନ୍ତେ ଅନୁଗୋଳ ଅଭିମୁଖେ ଯାଇଥିବା ଜଣାଯାଇଛି।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଅଧିକ ପଢନ୍ତୁ : ପୁଣି ଓଡ଼ିଶାରେ ମୋଦି ଧମାକା

ଏହି ରୋଡ଼ ସୋ'କୁ ଦୃଷ୍ଟିରେ ରଖି ପୁରୀ ଜିଲ୍ଲା ପ୍ରଶାସନ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିଛନ୍ତି । ଟ୍ରାଫିକ ଓ ଆଇନଶୃଙ୍ଖଳା ଦୃଷ୍ଟିରୁ ୧୮୪ ପୁଲିସ ଅଧିକାରୀ ଓ ୬୩ ପ୍ଲାଟୁନ୍ ଫୋର୍ସ ମୁତୟନ ହେବେ । ରବିବାର ରାତି ୧୧ଟାରୁ ସୋମବାର ଦିନ ୧୦ଟା ପର୍ଯ୍ୟନ୍ତ ବଡ଼ଦାଣ୍ଡରେ ଗାଡ଼ି ଚଳାଚଳ ଉପରେ କଟକଣା ରହିଛି । ପରେ ଅନୁଗୁଳ ଏବଂ କଟକରେ ଜନସଭାକୁ ସମ୍ବୋଧିତ କରି ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ୍ ଭିକ୍ଷା କରିବେ ପ୍ରଧାନମନ୍ତ୍ରୀ । ଏହି ରୋଡ଼ ସୋ'ରେ ସାମିଲ ହୋଇଛନ୍ତି, ପୁରୀ ସାଂସଦ ପ୍ରାର୍ଥୀ ସମ୍ବିତ ପାତ୍ର, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଓ ପୁରୀ ବିଧାୟକ ପ୍ରାର୍ଥୀ ଜୟନ୍ତ ଷଡଙ୍ଗୀ ସାମିଲ ହୋଇଛନ୍ତି । 

Sponsored
puri modi roadshow | Argus News