Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
Education Next 2026Register now
|

Argus News - ବାହାର ଏବଂ ଭିତର ରତ୍ନଭଣ୍ଡାରରେ ଥିବା ଖାଲି ଆଲମିରା ଏବଂ ସିନ୍ଦୁକର ହେବ ସ୍ଥାନାନ୍ତରଣ 

Odisha

ବାହାର ଏବଂ ଭିତର ରତ୍ନଭଣ୍ଡାରରେ ଥିବା ଖାଲି ଆଲମିରା ଏବଂ ସିନ୍ଦୁକର ହେବ ସ୍ଥାନାନ୍ତରଣ 

Smruti Parija
Browse all articles by Smruti Parija
·1 year ago·1 min read
ବାହାର ଏବଂ ଭିତର ରତ୍ନଭଣ୍ଡାରରେ ଥିବା ଖାଲି ଆଲମିରା ଏବଂ ସିନ୍ଦୁକର ହେବ ସ୍ଥାନାନ୍ତରଣ 

ପୁରୀ:  ଆସନ୍ତା 23 ତାରିଖରେ ବାହାର ଏବଂ ଭିତର ରତ୍ନଭଣ୍ଡାରରେ ଥିବା ଖାଲି ଆଲମିରା ଏବଂ ସିନ୍ଦୁକଗୁଡ଼ିକ ସ୍ଥାନାନ୍ତରଣ କରାଯିବ । ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା (SOP) ଅନୁସାରେ ଏହି ସ୍ଥାନାନ୍ତରଣ ପ୍ରକ୍ରିୟା ଅନୁଷ୍ଠିତ ହେବ । ଖାଲି ଆଲମିରା ଏବଂ ସିନ୍ଦୁକ ଗୁଡିକୁ ଭିତର ଓ ବାହାର ରତ୍ନଭଣ୍ଡାରରୁ ସ୍ଥାନାନ୍ତରଣ କରାଯାଇ ଶ୍ରୀମନ୍ଦିର ପରିସରରେ ଥିବା ନୀଳାଦ୍ରି ବିହାର ମ୍ୟୁଜିୟମ୍ ନିକଟସ୍ଥ ଏକ ଗୃହରେ ସୁରକ୍ଷିତ ରଖାଯିବ । 

ତେଣୁ ଏହି ଦିନ ଶ୍ରୀଜୀଉଙ୍କ ନୀତିକାନ୍ତି ବା ସେବା ପୂଜାରେ ବ୍ୟାଘାତ ନକରି ସ୍ଥାନାନ୍ତରଣ ପ୍ରକ୍ରିୟା ପାଇଁ ଆବଶ୍ୟକ ସମୟ ଦେବା ଲାଗି ବିଶେଷ ନୀତି ନିର୍ଘଣ୍ଟ ପ୍ରସ୍ତୁତ କରାଯାଇଛି l ତଦନୁଯାୟୀ, ତା 23-08-24 ଶୁକ୍ରବାର ଦିନ ପାଇଁ ହୋଇଥିବା ବିଶେଷ ନୀତି ନିର୍ଘଣ୍ଟ ଅନୁସାରେ ଦିନ ଘ.1:00 ଣ୍ଟା ଠାରୁ ସ୍ଥାନାନ୍ତର କାର୍ଯ୍ୟ ଶେଷ ହେବା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ମହାପ୍ରସାଦ କ୍ରୟ କରିବାକୁ ଇଚ୍ଛୁକ ଭକ୍ତ ସିଂହଦ୍ଵାର ପଟେ ବାଇଶି ପାହାଚ ଦେଇ ଆନନ୍ଦ ବଜାରରୁ ମହାପ୍ରସାଦ କ୍ରୟ କରି ଉତ୍ତର ଦ୍ୱାର ପଟେ ଉକ୍ତ ସମୟରେ ପ୍ରସ୍ଥାନ କରିପାରିବେ ।

ପ୍ରକାଶ ଥାଉକି, ଗତ ଜୁଲାଇ ୧୪ ଓ ୧୮ ତାରିଖ ଦିନ ଯଥାକ୍ରମେ ବାହାର ଓ ଭିତର ରତ୍ନଭଣ୍ଡାରରୁ ଶ୍ରୀମନ୍ଦିର ଭିତରେ ଥିବା  ଅସ୍ଥାୟୀ ରତ୍ନଭଣ୍ଡାରକୁ ଅଳଂକାର ଏବଂ ମୂଲ୍ଯବାନ ସାମଗ୍ରୀ ସ୍ଥାନାନ୍ତରଣ ହୋଇସାରିଛି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଆହୁରି ପଢନ୍ତୁ ଓଡିଶା ଖବର...
 

Sponsored
puri-ratnabhandar-update-news | Argus News