ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିରରେ ଅବଢ଼ାର ହେବ ମାନ ପରୀକ୍ଷଣ
·1 year ago

ଅର୍ଗସ ବ୍ୟୁରୋ: ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିରରେ ଅବଢ଼ାର ହେବ ମାନ ପରୀକ୍ଷଣ । ରୋଷଶାଳାକୁ ଜିନିଷ ଯିବା ପୂର୍ବରୁ ଓ ଅବଢ଼ା ବାହାରିବା ପରେ ମାନ ପରୀକ୍ଷଣ ହେବ । ଅବଢ଼ାର ସୁଧତା ରଖିବା ପାଇଁ ଫୁଡ଼ ଇନ୍ସପେକ୍ଟର ରହିବେ । ଆଇନମନ୍ତ୍ରୀ ପୃର୍ଥ୍ବୀରାଜ ହରଚନ୍ଦନଙ୍କ ସୂଚନା । ସେ କହିଛନ୍ତି, ଫୁଡ଼ ଇନ୍ସପେକ୍ଟର ନିୟୋଜିତ ପାଇଁ ସ୍ବାସ୍ଥ୍ୟ ବିଭାଗକୁ ଅନୁରୋଧ କରାଯାଇଛି । ଦେଶର ଅନ୍ୟ ମନ୍ଦିର ଭଳି ପୁରୀ ମନ୍ଦିରରେ ଅଭିଯୋଗ ନ ଆସୁ । ସେଥିପାଇଁ ମାନ ପରୀକ୍ଷଣ ଜରୁରୀ ବୋଲି କହିଛନ୍ତି ମନ୍ତ୍ରୀ ।
ଅଧିକ ପଢ଼ନ୍ତୁ ଓଡ଼ିଶା ଖବର...
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: