Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
Education Next 2026Register now
|

Argus News - ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କର ବନକଲାଗି ନୀତି

Odisha

ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କର ବନକଲାଗି ନୀତି

Ritu Das
Browse all articles by Ritu Das
·2 years ago·1 min read
ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କର ବନକଲାଗି ନୀତି

ଅର୍ଗସ ବ୍ୟୁରୋ: ଆଜି ପୌଷ କୃଷ୍ଣ ସପ୍ତମୀ ତିଥି । ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କର ବନକଲାଗି ନୀତି । ସେଥିପାଇଁ ଚାରି ଘଣ୍ଟା ଜଗା ଦର୍ଶନ ବନ୍ଦ ରହିବ ।  ଦ୍ଵିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ  । ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ। 

ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଥିବା ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଆଜି ପ୍ରାୟ ଅପରାହ୍ନ 4ଟାରୁ  ରାତି 8ଟା ପର୍ଯ୍ୟନ୍ତ ଚାରି ଘଣ୍ଟା ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ବନକଲାଗି ନୀତି ପରେ ଠାକୁରଙ୍କୁ ମହାସ୍ନାନ କରାଯିବ। ଏହାପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Puri Srimandira | Argus News