Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଆସନ୍ତାକାଲି ବାହୁଡ଼ା ଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ଚୂଡ଼ାନ୍ତ

Ritu Das
Browse all articles by Ritu Das
·1 year ago·1 min read
ଆସନ୍ତାକାଲି ବାହୁଡ଼ା ଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ଚୂଡ଼ାନ୍ତ

Key Points

ଆସନ୍ତାକାଲି ବାହୁଡ଼ା ଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ଚୂଡ଼ାନ୍ତ

ବାହୁଡ଼ା ଯାତ୍ରା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ସମାନ ବ୍ୟବସ୍ଥା ଗ୍ରହଣ କରାଯାଇଛି

ମଧ୍ୟାହ୍ନ ୧୨ଟାରୁ ୨ଟା୩୦ ମଧ୍ୟରେ ବାହୁଡ଼ା ପହଣ୍ଡି ହେବ

ଆସନ୍ତାକାଲି ବାହୁଡ଼ା ଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହୋଇଛି । ଶ୍ରୀଗୁଣ୍ଡିଚା ଯାତ୍ରା ଭଳି ଆସନ୍ତାକାଲି ବାହୁଡ଼ା ଯାତ୍ରା ପାଇଁ ମଧ୍ୟ ପୋଲିସ ପ୍ରଶାସନ ପକ୍ଷରୁ ସମାନ ବ୍ୟବସ୍ଥା ଗ୍ରହଣ କରାଯାଇଛି ।‌ ଆସନ୍ତାକାଲି ଭୋର ୪ ଟାରେ ମଙ୍ଗଳ ଆଳତୀ, ଭୋର ୪ଟା୧୫ରେ ମଇଲମ, ୪ଟା୩୦ରେ ତଡ଼ପ ଲାଗି,‌ ରୋଷହୋମ, ୫ଟାରେ ଅବକାଶ, ୫ଟା ୧୫ରେ ସୂର୍ଯ୍ୟପୂଜା, ୫.୩୦ରେ ଦ୍ବାରପାଳ ପୂଜା, ବେଶ ଶେଷ ହୋଇ ସକାଳ ୫ଟା ୪୫ରୁ ୬ ଟା ୪୫ ମଧ୍ୟରେ ଗୋପାଳ ବଲ୍ଲଭ ଓ ସକାଳ ଧୂପରେ କେବଳ ଖେଚୁଡ଼ି ଭୋଗ, ସକାଳ ୭ଟା ରୁ ୧୧ ଟା ୩୦ ସେନାପଟା ଲାଗି, ୧୧ଟା ୪୫ରେ ମଙ୍ଗଳାର୍ପଣ, ମଧ୍ୟାହ୍ନ ୧୨ଟାରୁ ୨ଟା୩୦ ମଧ୍ୟରେ ବାହୁଡ଼ା ପହଣ୍ଡି ହେବ। 


ଅପରାହ୍ନ ୧ଟାରୁ ୨ଟା୩୦ ମଧ୍ୟରେ ବେଶ ଶେଷ, ଅପରାହ୍ନ ୨ଟା୩୦ରୁ ୩ଟା୩୦ ଛେରା ପହଁରା, ଅପରାହ୍ନ ୩ଟାରୁ ୪ଟା ମଧ୍ୟରେ ଚାରମାଳ ଫିଟା ଓ ଘୋଡ଼ା ଲାଗିବା ପରେ ୪ଟା ରେ ରଥ ଟାଣିବା ପାଇଁ ନୀତି ନିର୍ଘଣ୍ଟ ହୋଇଛି।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
puri-temple-administration-has-finalized-the-policy-for-the-bahuda-yatra-tomorrow | Argus News