ଆଜି ରାଧାଷ୍ଟମୀ: ନଗର ପରିକ୍ରମା କରିବେ ଚକ୍ରରାଜ ସୁଦର୍ଶନଙ୍କ ଚଳନ୍ତି ପ୍ରତିମା

Key Points
ଆଜି ଶ୍ରୀମନ୍ଦିରରେ ରାଧାଷ୍ଟମୀ
ନଗର ପରିକ୍ରମା କରିବେ ଚକ୍ରରାଜ ସୁଦର୍ଶନଙ୍କ ଚଳନ୍ତି ପ୍ରତିମା
ଗୌଡ଼ବାଡ଼ ସାହିରେ ଥିବା ଜମ୍ବେଶ୍ୱର ମହାଦେବଙ୍କ ମନ୍ଦିରରେ ଅନୁଷ୍ଠିତ ହେବ ଶୀତଳ ଭୋଗ ଓ ପ୍ରସାଦ ଲାଗି ନୀତି
ଆଜି ଶ୍ରୀମନ୍ଦିରରେ ରାଧାଷ୍ଟମୀ । ଏହି ଅବସରରେ ଚକ୍ରରାଜ ସୁଦର୍ଶନଙ୍କ ଚଳନ୍ତି ପ୍ରତିମା ନଗର ପରିକ୍ରମା କରିବେ । ଆଜି ଅପରାହ୍ନରେ ସୁଦର୍ଶନ ମହାପ୍ରଭୁ ଶ୍ରୀମନ୍ଦିର ବେଢା ପରିକ୍ରମା କରିବେ । ପରେ ତାଙ୍କ ବିମାନ ବାହାରି ନଗର ପରିକ୍ରମା ଓ ପନ୍ତି ଭୋଗ ଖାଇବା ପରେ ମହାପ୍ରଭୁଙ୍କ ଭଣ୍ଡାର ରକ୍ଷକ ଓ ହିସାବ ରକ୍ଷକ ଭାବେ ପରିଚିତ ଗୌଡ଼ବାଡ଼ ସାହିରେ ଥିବା ଜମ୍ବେଶ୍ୱର ମହାଦେବ ମନ୍ଦିରକୁ ବିଜେ କରିବେ ।
ସେଠାରେ ଶୀତଳ ଭୋଗ ଓ ପ୍ରସାଦ ଲାଗି ନିତି ଅନୁଷ୍ଠିତ ହେବ । ଜମ୍ବେଶ୍ୱରଙ୍କ ପକ୍ଷରୁ ଜଣେ ପୂଜାପଣ୍ଡା ସାମନ୍ତ ଶ୍ରୀମନ୍ଦିରର ବାର୍ଷିକ ଆୟବ୍ୟୟ ହିସାବ ସୁଦର୍ଶନଙ୍କ ସମୁଖରେ ପଢି ନିତି ସମ୍ପର୍ଣ୍ନ କରିବେ । ସୁଦର୍ଶନ ମହାପ୍ରଭୁ ଜମ୍ବେଶ୍ୱରଙ୍କ ଠାରୁ ଆୟବ୍ୟୟ ହିସାବ ଆଣିବା ପରେ ସେଠାରୁ ଶ୍ରୀମନ୍ଦିର ପ୍ରତ୍ୟାବର୍ତନ କରିବେ । ସେପଟେ କୃଷ୍ଣଲୀଳା ଶେଷ ହୋଇ ଆସୁଥିବା ବେଳେ ଗତକାଲି ରାତିରେ ଶ୍ରୀମନ୍ଦିରରେ କେକେସି ରାକ୍ଷସ ବଧ ନିତି ଅନୁଷ୍ଠିତ ହୋଇଥିଲା ।