ଭୁବନେଶ୍ବରରେ ପହଞ୍ଚିଲେ ରାହୁଲ ଗାନ୍ଧି
·1 year ago

Key Points
ଭୁବନେଶ୍ବରରେ ପହଞ୍ଚିଲେ ରାହୁଲ ଗାନ୍ଧି
ବିମାନବନ୍ଦରରେ ପହଞ୍ଚିବା ପରେ ଦଳୀୟ କର୍ମୀଙ୍କ ସ୍ବାଗତ
ବରମୁଣ୍ଡା ପଡ଼ିଆରେ ହେବାକୁ ଥିବା ‘ସମ୍ବିଧାନ ବଞ୍ଚାଅ ଦେଶ ବଞ୍ଚାଅ’ ମହାସମାବେଶରେ ଯୋଗ ଦେବେ
ଭୁବନେଶ୍ବରରେ ପହଞ୍ଚିଲେ ରାହୁଲ ଗାନ୍ଧି । ବିମାନବନ୍ଦରରେ ପହଞ୍ଚିବା ପରେ ଦଳୀୟ କର୍ମୀଙ୍କ ସ୍ବାଗତ। କଂଗ୍ରେସ ପକ୍ଷରୁ ବରମୁଣ୍ଡା ପଡ଼ିଆରେ ହେବାକୁ ଥିବା ‘ସମ୍ବିଧାନ ବଞ୍ଚାଅ ଦେଶ ବଞ୍ଚାଅ’ ମହାସମାବେଶରେ ଯୋଗ ଦେବେ। ରାଜ୍ୟରେ ବିଜେପି ସରକାର ଆସିବା ପରେ ଏହା ରାହୁଲ୍ଙ୍କ ପ୍ରଥମ ଓଡ଼ିଶା ଗସ୍ତ। ତେଣୁ ରାହୁଲଙ୍କ ଏହି ଗସ୍ତକୁ ରାଜନୈତିକ ମହଲରେ ବେଶ୍ ଗୁରୁତ୍ବ ଦିଆଯାଉଛି । ସଭା ସରିବା ପରେ ଚାଷୀଙ୍କର ଦୁଇଟି ପ୍ରତିନିଧି ଦଳକୁ ସାକ୍ଷାତ କରିବାର କାର୍ଯ୍ୟକ୍ରମ ବି ରହିଛି।
ଅପରାହ୍ନ ୩ଟାରେ କଂଗ୍ରେସ ଭବନରେ ରାଜନୈତିକ ବ୍ୟାପାର କମିଟି ସହ ବୈଠକ କରିବେ। ଏହା ପରେ ବିଧାୟକ ଓ ପିସିସି କାର୍ଯ୍ୟକର୍ତ୍ତାଙ୍କ ସହ ଆଲୋଚନା ହେବ। ସନ୍ଧ୍ୟା ୫ଟାରେ ଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: