Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ଆସନ୍ତାକାଲି ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ଓଡିଶା ଗସ୍ତ

Odisha

ଆସନ୍ତାକାଲି ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ଓଡିଶା ଗସ୍ତ

Ritu Das
Browse all articles by Ritu Das
·2 years ago·1 min read
ଆସନ୍ତାକାଲି ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ଓଡିଶା ଗସ୍ତ

 ଅର୍ଗସ ବ୍ୟୁରୋ: କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆସନ୍ତାକାଲି ଓଡିଶା ଗସ୍ତ କରିବେ।  ଏହି ଗସ୍ତ ସମୟରେ ସେ ରେଳବାଇ କାର୍ଯ୍ୟକ୍ରମରେ ଯୋଗଦେବା ସହିତ ଆଭାସୀ (ଭିଡିଓ କନଫରେନ୍ସିଂ) ମାଧ୍ୟମରେ ଡାକ ବିଭାଗର ନିର୍ଦ୍ଧାରିତ କାର୍ଯ୍ୟକ୍ରମରେ ଯୋଗଦେବେ। ମାନ୍ୟବର କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁର୍ଲା ସ୍ଥିତ ସମ୍ବଲପୁର ବିଶ୍ୱବିଦ୍ୟାଳୟର ବିଜୁ ପଟ୍ଟନାୟକ ଅଡିଟୋରିୟମ ଠାରେ ଏହି କାର୍ଯ୍ୟକ୍ରମରେ ଯୋଗଦାନ କରିବେ। 

ଉଭୟ କେନ୍ଦ୍ର ମନ୍ତ୍ରୀ ପ୍ରଧାନ ଓ ବୈଷ୍ଣବ ଅପରାହ୍ନ ୨ଟା ୩୦ ସମୟରେ ଓଡ଼ିଶାର କିମ୍ବଦନ୍ତୀ କବି ତଥା ପଶ୍ଚିମ ଓଡିଶାର ସାଂସ୍କୃତିକ ଐତିହ୍ୟ ଉପରେ ସ୍ମରଣୀୟ ଡାକ ଷ୍ଟାମ୍ପ ଉନ୍ମୋଚନ କରିବେ। ସେହିଭଳି ସମ୍ବଲପୁର, ବରଗଡ, ଦେଓଗଡ, ଝାରସୁଗୁଡା ଏବଂ ସୁନ୍ଦରଗଡ ଡିଭିଜନର 42 ଟି ଶାଖା ପୋଷ୍ଟ ଅଫିସ ମଧ୍ୟ ଏହି ଅବସରରେ ଉନ୍ମୋଚନ କରାଯିବ।

ଶ୍ରୀ ବୈଷ୍ଣବ ଅପରାହ୍ନ  ୩ଟା ୩୦ ସମୟରେ ପୂର୍ବତଟ ରେଳପଥର ମୁଖ୍ୟାଳୟ ଠାରେ ରେଳପଥର କାର୍ଯ୍ୟଦକ୍ଷତା ବିଶେଷ ଭାବେ ପ୍ରକଳ୍ପ, ଟ୍ରାଫିକ୍ ସୁବିଧା ଏବଂ ଭିତ୍ତିଭୂମି ସମ୍ବନ୍ଧୀୟ ବିଭିନ୍ନ ପ୍ରସଙ୍ଗ ଉପରେ ସମୀକ୍ଷା କରିବେ। ଏହା ପରେ ଶ୍ରୀ ବୈଷ୍ଣବ ଭୁବନେଶ୍ୱରରେ କିଛି ସ୍ଥାନୀୟ କାର୍ଯ୍ୟକ୍ରମରେ ଯୋଗଦେବେ ଏବଂ ସନ୍ଧ୍ୟାରେ ଦିଲ୍ଲୀ ଫେରିଯିବେ। 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

Sponsored
Railway Minister Ashwini | Argus News