Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ଆଗାମୀ ୭ ଦିନ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା !

Odisha

ଆଗାମୀ ୭ ଦିନ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା !

Smruti Parija
Browse all articles by Smruti Parija
·11 months ago·2 min read
ଆଗାମୀ ୭ ଦିନ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା !

Key Points

୨୭ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା

ଆଗାମୀ ୭ ଦିନ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା

ରାଜ୍ୟରେ ଆଗାମୀ ୭ ଦିନ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି । ଅଧିକାଂଶ ସ୍ଥାନରେ ବର୍ଷା ହେବ । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।


ପ୍ରାକ୍ ମୌସୁମୀ ବର୍ଷା ପ୍ରଭାବରେ ରାଜ୍ୟର ବର୍ଷା ଜାରି ରହିଛି । ଓଡ଼ିଶା ନିକଟରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ମେଘୁଆ ପାଗ ସହିତ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଆସନ୍ତା ୨୪ ଘଣ୍ଟାରେ ଉତ୍ତର ଉପକୂଳ ସାଙ୍ଗକୁ ଦକ୍ଷିଣରେ ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।


ଆଗାମୀ ୨୪ ଘଣ୍ଟା ମଧ୍ୟରେ ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁରରେ ଅତି ପ୍ରବଳ ବର୍ଷା ହୋଇପାରେ। କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଢେଙ୍କାନାଳ, ଯାଜପୁର, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରିରେ ପ୍ରବଳ ବର୍ଷା ନେଇ ମଧ୍ୟ ଅରେଞ୍ଜ ଆଲର୍ଟ ଜାରି ହୋଇଛି ।


Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଅନ୍ୟ ସମସ୍ତ ଜିଲ୍ଲାରେ ହାଲୁକା ବର୍ଷା ନେଇ ୟେଲୋ ଆଲର୍ଟ ଜାରି ହୋଇଛି । ଆସନ୍ତାକାଲି ମଧ୍ୟ କେନ୍ଦୁଝର, ମୟୂରଭଞ୍ଜ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।


ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି, ବିଜୁଳି ସହ ବର୍ଷାର ସମ୍ଭାବନା ରହିଥିବାବେଳେ ଆସନ୍ତା ୭ ଦିନ ଯାଏଁ ଦିନର ତାପମାତ୍ରାରେ ବୃଦ୍ଧି ହେବାର ସମ୍ଭାବନା ନାହିଁ । ଅର୍ଥାତ୍ ଆଗାମୀ 7 ଦିନ ଯାଏ ବର୍ଷା ହେବାର ସମ୍ଭାବନା ରହିଛି ।


ଓଡ଼ିଶାକୁ ମୌସୁମୀ ଆସିବାକୁ ଟିକେ ସମୟ ଲାଗିବ । ଉତ୍ତରପୂର୍ବାଞ୍ଚଳ ରାଜ୍ୟ ପରେ ଓଡ଼ିଶାକୁ ମୌସୁମୀ ଆସିବ । ୨୭ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି । ତେବେ ବାତ୍ୟା ରୂପ ନେବାର ସମ୍ଭାବନା ନାହିଁ । କେବଳ ଅପପ୍ରଚାର କରାଯାଉଛି । IMD ପକ୍ଷରୁ ବାତ୍ୟା ନେଇ କୌଣସି ସୂଚନା ଦିଆଯାଇ ନାହିଁ ବୋଲି କହିଛନ୍ତି ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶିକା ମନରୋମା ମହାନ୍ତି ।

Sponsored
rain-likely-in-the-state-for-next-7-days | Argus News