୭ ଯାଏ ରାଜ୍ୟରେ ଲାଗି ରହିବ ବର୍ଷା:୨୪ ଘଣ୍ଟାରେ ଏସବୁ ଜିଲ୍ଲାରେ ପ୍ରବଳ ବର୍ଷିବ
·1 year ago·1 min read

Key Points
୭ ଯାଏ ରାଜ୍ୟରେ ଲାଗି ରହିବ ବର୍ଷା
୨୪ ଘଣ୍ଟାରେ ଏସବୁ ଜିଲ୍ଲାରେ ପ୍ରବଳ ବର୍ଷିବ
ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି
ରାଜ୍ୟର ଅଧିକାଂଶ ସ୍ଥାନ ସହ ଟ୍ୱିନ ସିଟିରେ ଲାଗି ରହିଛି ତୁହାକୁ ତୁହା ବର୍ଷା । ୨୪ ଘଣ୍ଟାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ବେଳେ ରାଜ୍ୟରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ମଧ୍ୟ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ପ୍ରାୟ ୭ ତାରିଖ ପର୍ଯ୍ୟନ୍ତ ଲାଗି ରହିବ ବର୍ଷା । ୨୪ ଘଣ୍ଟାରେ ବଜ୍ରପାତ ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୪ ଜିଲା ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର ଓ ବରଗଡକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।
ଉତ୍ତର ଓଡିଶା ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: