Videos
|
Odisha

ଉତ୍ତର ଓଡ଼ିଶା ଉପକୂଳରେ ସକ୍ରିୟ ଲଘୁଚାପ କ୍ଷେତ୍ର, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

Banajyotshna Ray
Browse all articles by Banajyotshna Ray
·2 years ago
ଉତ୍ତର ଓଡ଼ିଶା ଉପକୂଳରେ ସକ୍ରିୟ ଲଘୁଚାପ କ୍ଷେତ୍ର, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଅର୍ଗସ ବ୍ୟୁରୋ:  ଆସନ୍ତା 5  ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ।  ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ। ଉତ୍ତର ଓଡ଼ିଶା ଉପକୂଳରେ ସକ୍ରିୟ ଲଘୁଚାପ କ୍ଷେତ୍ର । ଆସନ୍ତା ୩୧ ତାରିଖରେ ଆଉ ଏକ ଲଘୁଚାପର ସମ୍ଭାବନା । ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ସତର୍କ କରିଛି  ପାଣିପାଗ ବିଭାଗ । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ବଲାଙ୍ଗୀର, ନୂଆପଡ଼ା, ସୋନପୁର, ଝାରସୁଗୁଡ଼ା, ସୁନ୍ଦରଗଡ, ସମ୍ବଲପୁର, କେନ୍ଦୁଝର, ଅନୁଗୁଳ, ଦେଓଗଡ଼, ବୌଦ୍ଧ ଓ କଳାହାଣ୍ଡି ରେ ପ୍ରବଳ ବର୍ଷା ନେଇ ୟଲୋ ଆଲର୍ଟ ଜାରି ହୋଇଛି। ଲଘୁଚାପ ଝାରଖଣ୍ଡ ମୁହାଁ ହେଲେ ପଶ୍ଚିମ ତଥା ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ବଢିବ।  ତେବେ ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ। ଏଣୁ ମତ୍ସ୍ୟଜିବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରିଛି ପାଣିପାଗ ବିଭାଗ ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
rain update in odisha today | Argus News