ବର୍ଷାରେ ଲାଗିବନି ବ୍ରେକ, ପୁଣି ସୃଷ୍ଟି ହୋଇପାରେ ଆଉ ଏକ ଘୂର୍ଣ୍ଣିବଳୟ
·1 year ago

ଅର୍ଗସ ବ୍ୟୁରୋ: ବର୍ଷାରେ ଲାଗିବନି ବ୍ରେକ । ୩୧ ତାରିଖରେ ପୁଣି ସୃଷ୍ଟି ହୋଇପାରେ ଆଉ ଏକ ଘୂର୍ଣ୍ଣିବଳୟ । ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସମ୍ଭାବନା । ୩ ତାରିଖ ପର୍ଯ୍ୟନ୍ତ ଟୁଇନ ସିଟି ସମେତ ଉତ୍ତର ଓ ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ନେଇ ପାଣିପାଗ ବିଭାଗର ଆକଳନ । ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା ନେଇ ୬ ଜିଲ୍ଲାକୁ ଜାରି ହୋଇଛି ୟେଲୋ ଆଲର୍ଟ। ବାଲେଶ୍ଵର, ଭଦ୍ରକ, ମୟୁରଭଂଜ, କେଉଁଝର, ସୁନ୍ଦରଗଡ଼ ଏବଂ ଯାଜପୁରକୁ ସତର୍କତା। ଏହି ସବୁ ଜିଲ୍ଲାରେ ୭୦ ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷିବ। ୩୧ ତାରିଖରେ ୧୬ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର।
ଅଧିକ ପଢ଼ନ୍ତୁ ଓଡ଼ିଶା ଖବର:
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: