Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - କାଲିଠାରୁ ବଢିବ ବର୍ଷା

Odisha

କାଲିଠାରୁ ବଢିବ ବର୍ଷା

Manini Pattanayak
Browse all articles by Manini Pattanayak
·1 year ago·1 min read
କାଲିଠାରୁ ବଢିବ ବର୍ଷା

ଭୁବନେଶ୍ୱର:  ବଙ୍ଗୋପସାଗରରେ ସୃଷ୍ଟି ହୋଇଛି  ଘୂର୍ଣ୍ଣିବଳୟ । ଆଜି ନେବ ଲଘୁଚାପର ରୂପ ।  ଆଗାମୀ ୨ ଦିନରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ମୁହାଇଁ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଦେଇ ଗତି କରିବ । ଏହାର ପ୍ରଭାବରେ ଆସନ୍ତା ୩୧ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଆଜି ୪ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲାଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ ରାୟଗଡ଼ା । ସେହିପରି ପ୍ରବଳ ବର୍ଷା ସମ୍ଭାବନା ଥିବା ୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ନୂଆପଡ଼ା, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପ୍ରଭାବରେ ଆସନ୍ତା ୩୧ ଯାଏଁ ପ୍ରବଳ ବର୍ଷା ସମ୍ଭାବନା ରହିଛି।  ସେପଟେ ଆସନ୍ତାକାଲିଠୁ ବର୍ଷାର ପରିମାଣ ବଢ଼ିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ ।  

ଅଧିକ ପଢନ୍ତୁ ଓଡ଼ିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Rain will increase from tomorrow | Argus News