Videos
|
Odisha

ଅବପାତ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା

Ritu Das
Browse all articles by Ritu Das
·2 years ago·1 min read
ଅବପାତ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା

ଅର୍ଗସ ବ୍ୟୁରୋ: ଅବପାତ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା । ପାଣିପାଗ ବିଭାଗର ଆକଳନ ଅନୁସାରେ, ବର୍ଷା ଆହୁରି ଦୁଇ ଦିନ ଲାଗି ରହିବ । ବିଶେଷ କରି ଉତ୍ତର ଓଡ଼ିଶାରେ ଅଧିକ ବର୍ଷିବ। ଆଜି ପାଇଁ ମୟୂରଭଞ୍ଜ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଦିଆଯାଇଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସୁନ୍ଦରଗଡ, ବାଲେଶ୍ବର ଓ କେନ୍ଦୁଝରକୁ ଅରେଞ୍ଜ ଆଲର୍ଟ ଜାରି ହୋଇଥିବା ବେଳେ ୧୧ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ। 

ପ୍ରବଳ ବର୍ଷା ନେଇ ଜିଲ୍ଲାପାଳଙ୍କୁ ସତର୍କ କରାଇଛନ୍ତି ସ୍ବତନ୍ତ୍ର ରିଲିଫ୍ କମିଶନର। ମାଟି ଘର ଭାଙ୍ଗିବା ସହ ତଳିଆ ଅଞ୍ଚଳରେ ପାଣି ଜମିପାରେ। କିଛି ନଦୀରେ ଜଳପତ୍ତନ ବୃଦ୍ଧି ଘଟିବା ଆଶଙ୍କା ଥିବାରୁ ଆବଶ୍ୟକୀୟ ପଦକ୍ଷେପ ନେବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ସେପଟେ ମୟୂରଭଞ୍ଜରେ ଲଗାଣ ବର୍ଷା ଯୋଗୁଁ  ବଡବିଲ ଗାଁରେ ଭୁଶୁଡି ପଡିଛି ଘର।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

✨
📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: