Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଆଜି ଶ୍ରୀଜିଉମାନଙ୍କର ଅନୁଷ୍ଠିତ ହେବ ରାଜପ୍ରାସାଦ ବିଜେ ନୀତି

Banajyotshna Ray
Browse all articles by Banajyotshna Ray
·2 years ago·1 min read
ଆଜି ଶ୍ରୀଜିଉମାନଙ୍କର ଅନୁଷ୍ଠିତ ହେବ ରାଜପ୍ରାସାଦ ବିଜେ ନୀତି

ଅର୍ଗସ ବ୍ୟୁରୋ: ଅଣସରର ଆଜି ଦ୍ୱାଦଶୀ ତିଥିରେ ଶ୍ରୀଜିଉମାନଙ୍କର ଅନୁଷ୍ଠିତ ହେବ ରାଜପ୍ରାସାଦ ବିଜେ ନୀତି। ଶ୍ରୀମନ୍ଦିରରେ ସକାଳ ଧୂପ ନୀତି ବଢ଼ିବା ପରେ ଜୟବିଜୟ ଦ୍ୱାର ବନ୍ଦ କରାଯାଇ ବେହେରଣ ଦ୍ୱାର ଫିଟିବା ସହ ଶ୍ରୀମନ୍ଦିରରୁ ଶ୍ରୀନହରକୁ ରାଜପ୍ରସାଦ ବିଜେ କରାଯିବ। ଗତକାଲି ଏକାଦଶୀ ତିଥିରେ ମହାପ୍ରଭୁଙ୍କୁ ଖଳି ଲାଗି ଓ ରକ୍ତ ବସ୍ତ୍ର ଲାଗି କରାଯାଇଥିବା ବେଳେ ରାଜବୈଦ୍ୟଙ୍କ ଦ୍ବାରା ପ୍ରସ୍ତୁତ ଦଶମୂଳ ଔଷଧ ମଧ୍ୟ ମହାପ୍ରଭୁଙ୍କୁ ଲାଗି କରାଯାଇଥିଲା। ମହାପ୍ରଭୁ ଏବେ ସମ୍ପୂର୍ଣ୍ଣ ଆରୋଗ୍ୟ ଲାଭ କରିଥିବା ବେଳେ ଏହି ଖବର ଗଜପତି ମହାରାଜାଙ୍କୁ ସୂଚିତ କରାଇବା ନିମନ୍ତେ ଦଇତାପତି ଓ ବିଦ୍ୟାପତି ଶ୍ରୀଜୀଉଙ୍କ ପ୍ରସାଦ ରୂପେ କରାଳ, ଚନ୍ଦନ, ପାଟବସ୍ତ୍ରକୁ ନେଇ ଶ୍ରୀମନ୍ଦିରରୁ ଶ୍ରୀନହରକୁ ବିଜେ କରିବେ।

ସେପଟେ ଆଉ ମାତ୍ର ତିନି ଦିନ ପରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ଥିବାରୁ ତିନି ରଥର ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ସେହିପରି ରଥଯାତ୍ରାରେ ପ୍ରବଳ ଭକ୍ତଙ୍କ ସମାଗମ ହେବାକୁ ଥିବାବେଳେ ରାଷ୍ଟ୍ରପତି ମଧ୍ୟ ଏହି ବିଶ୍ବ ପ୍ରସିଦ୍ଧ ରଥଯାତ୍ରାରେ ସାମିଲ୍ ହେବାକୁ ଯାଉଛନ୍ତି। ତେଣୁ ଜିଲ୍ଲା, ପୋଲିସ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ମଧ୍ୟ ସମସ୍ତ ପ୍ରସ୍ତୁତିକୁ ଜୋରଦାର କରାଯାଉଛି।

ଅଧିକ ପଢ଼ନ୍ତୁ ଓଡିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored