Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ରାଜ୍ୟସଭା ନିର୍ବାଚନ: ପ୍ରାର୍ଥୀପତ୍ର ଭରିଲେ ମମତା ମହନ୍ତ

Ritu Das
Browse all articles by Ritu Das
·1 year ago·1 min read
ରାଜ୍ୟସଭା ନିର୍ବାଚନ: ପ୍ରାର୍ଥୀପତ୍ର ଭରିଲେ ମମତା ମହନ୍ତ

ଅର୍ଗସ ବ୍ୟୁରୋ: ମମତା ମହାନ୍ତ ହେଲେ ବିଜେପିର ରାଜ୍ୟସଭା ପ୍ରାର୍ଥୀ। ଆଜି ବିଧିବଦ୍ଧ ଭାବେ ଭରିଲେ ନାମାଙ୍କନ। ବିଧାନସଭା ଆସି ନିଜର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ମମତା ମହନ୍ତ । ମମତାଙ୍କ ନାମାଙ୍କନରେ ପ୍ରଥମ ପ୍ରସ୍ତାବକ ରହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ତେବେ ସଂଖ୍ୟା ଦୃଷ୍ଟିରୁ ଶାସକ ଦଳ ବିଜେପି ପାଖରେ ଆବଶ୍ୟକ ସଦସ୍ୟ ରହିଥିବାରୁ ମମତା ମହନ୍ତ ରାଜ୍ୟସଭାକୁ ଯିବା ଏକପ୍ରକାର ନିଶ୍ଚିତ। ହେଲେ ଆବଶ୍ୟକତା ପଡିଲେ ସେପ୍ଟେମ୍ବର ୩ରେ ରାଜ୍ୟସଭା ଉପନିର୍ବାଚନ ଅନୁଷ୍ଠିତ ହେବ। ଏହିଦିନ ସନ୍ଧ୍ୟା ୫ଟାରେ ଭୋଟ ଗଣତି କରାଯାଇ ନିର୍ବାଚନ ଫଳାଫଳ ଘୋଷଣା କରାଯିବ।

ସୂଚନାଯୋଗ୍ୟ ଯେ, ନିକଟରେ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଇ ବିଜୁ ଜନତା ଦଳ ଛାଡ଼ି ବିଜେପିରେ ସାମିଲ ହୋଇଥିଲେ ମମତା। ମଙ୍ଗଳବାର ମମତା ମହାନ୍ତଙ୍କୁ ରାଜ୍ୟସଭା ପ୍ରାର୍ଥୀ ଘୋଷଣା କରିଥିଲା ବିଜେପି। ମମତା ମହାନ୍ତ କୁଡ଼ୁମୀ ସଂପ୍ରଦାୟର ଜଣେ ଟାଣୁଆ ନେତ୍ରୀ। ଏହି ସମ୍ପ୍ରଦାୟରେ ମୟୂରଭଞ୍ଜ ଓ ପଡ଼ୋଶୀ କେନ୍ଦୁଝର ଜିଲ୍ଲାରେ ବହୁ ଲୋକ ରହିଛନ୍ତି। 

ମମତା ମହାନ୍ତଙ୍କୁ ୨୦୨୦ ମସିହାରେ ବିଜେଡି ରାଜ୍ୟସଭା ପଠାଇଥିଲା। ଗତ ଜୁଲାଇ ୩୧ ତାରିଖରେ ସେ ରାଜ୍ୟସଭା ଓ ବିଜେଡିରୁ ଇସ୍ତଫା ଦେଇଥିଲେ। ବିଜେଡିରୁ ଇସ୍ତଫା ବେଳେ ଅସନ୍ତୋଷ ଝାଡ଼ିଥିଲେ ମମତା। ତାଙ୍କୁ ଦଳରେ ଅଣଦେଖା କରାଯାଇଥିବା ସେ ଅଭିଯୋଗ ଆଣିଥିଲେ। ପରଦିନ ସେ ବିଜେପିରେ ମିଶିଥିଲେ, ଏବେ ସେ ନାମାଙ୍କନ ଭରିଥିବାବେଳେ, ସେ ପୁଣିଥରେ ରାଜ୍ୟସଭା ଯିବା ନିଶ୍ଚିତ ହୋଇଛି।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

Sponsored
Rajya Sabha | Argus News