Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଭରତପୁର ଥାନାରେ ନିର୍ଯାତନା ମାମଲା , ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ

Swayangprajna Mishra
Browse all articles by Swayangprajna Mishra
·1 year ago·1 min read
ଭରତପୁର ଥାନାରେ ନିର୍ଯାତନା ମାମଲା , ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ

ଅର୍ଗସ ବ୍ୟୁରୋ : ଭରତପୁର ଥାନା ଘଟଣା ନେଇ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବସିଥିଲା ଉଚ୍ଚସ୍ତରୀୟ ବୈଠକ। ବୈଠକରେ ଆଲୋଚନା ପରେ ଘଟଣାର ବିଚାର ବିଭାଗୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ମାନ୍ୟବର ବିଚାରପତି ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କ ଦ୍ବାରା ଏହି ତଦନ୍ତ ହେବ । ୬୦ ଦିନ ମଧ୍ୟରେ ରିପୋର୍ଟ ପ୍ରଦାନ କରିବା ପାଇଁ କମିଶନଙ୍କୁ  ଅନୁରୋଧ କରାଯାଇଛି । ଏଥିସହ  ହାଇକୋର୍ଟଙ୍କ ପ୍ରତ୍ୟକ୍ଷ ତଦାରଖରେ କ୍ରାଇମବ୍ରାଞ୍ଚ ତଦନ୍ତକୁ ତ୍ବରାନ୍ବିତ କରିବା ପାଇଁ ହାଇକୋର୍ଟଙ୍କୁ ଅନୁରୋଧ କରାଯାଇଛି। ବୈଠକରେ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା, ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଏବଂ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ଆଡ଼ଭୋକେଟ ଜେନେରାଲ ପୀତାମ୍ବର ଆଚାର୍ଯ୍ୟ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ପୋଲିସ ଡିଜି ୱାଇ.ଭି ଖୁରାନିଆ ପ୍ରମୁଖ ଉପସ୍ଥିତ ଥିଲେ। ବୈଠକରେ ଘଟଣାର ସମସ୍ତ ଦିଗ ଉପରେ ଆଲୋଚନା ହୋଇଥିଲା ।

ଅଧିକ ପଢନ୍ତୁ : ଅଭିଯୋଗ ସତ ନା ଭାଇରାଲ ଭିଡିଓ ସତ ?

ଘଟଣାରେ ସଂପୃକ୍ତ ସବୁ ପୋଲିସ ଅଧିକାରୀ ତଥା ଅନ୍ୟ ବ୍ୟକ୍ତିଙ୍କ ବିରୋଧରେ ଆଇନ ଅନୁଯାୟୀ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଉପମୁଖ୍ୟମନ୍ତ୍ରୀ ଓ ଅନ୍ୟ ମନ୍ତ୍ରୀମାନେ ପ୍ରତିଶ୍ରୁତି ଦେଇଛନ୍ତି। ସରକାରଙ୍କ ପକ୍ଷରୁ କୁହାଯାଇଛି ମହିଳା ସମ୍ମାନ, ସୁରକ୍ଷା ଓ ଅଧିକାର ପ୍ରତି ରାଜ୍ୟ ସରକାର ସମ୍ପୂର୍ଣ୍ଣ ଯତ୍ନବାନ ଅଛନ୍ତି। ଘଟଣାରେ ସଂପୃକ୍ତ ପୋଲିସ ଅଧିକାରୀଙ୍କୁ ନିଲମ୍ବିତ କରାଯିବା ସହ ସେମାନଙ୍କ ବିରୋଧରେ କେସ୍‌  କରାଯାଇଛି । ସଂପୃକ୍ତ ଯୁବକ ମାନଙ୍କ ବିରୋଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ କରାଯାଇଛି । ଆଇନ ଅନୁଯାୟୀ ଦୋଷୀସାବ୍ୟସ୍ତ ସମସ୍ତ ବ୍ୟକ୍ତି ବା ଅଧିକାରୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ ହୋଇ ପଦକ୍ଷେପ ନେଇଛନ୍ତି।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Rape case in Bharatpur police station, judicial inquiry ordered | Argus News