ରସୁଲଗଡ଼ ହତ୍ୟାକାଣ୍ଡ: ମୁଖ୍ୟ ଅଭିଯୁକ୍ତ ସୁଶାନ୍ତ ନାୟକ ଗିରଫ

ସହଦେଵ ନାୟକ ହତ୍ୟା ଘଟଣା । ମୁଖ୍ୟ ଅଭିଯୁକ୍ତ ଗିରଫ । ସୁଶାନ୍ତ ନାୟକଙ୍କୁ କଟକ କାନପୁରରୁ ଗିରଫ କଲା ମଞ୍ଚେଶ୍ୱର ଥାନା ପୋଲିସ । ରସୁଲଗଡ଼ ଓଭରବ୍ରିଜ ଉପରେ ସହଦେଵ ନାୟକଙ୍କୁ ସୁଶାନ୍ତ ହାଣି ହତ୍ୟା କରିଥିଲା । ପୂର୍ବରୁ ୭ ଜଣଙ୍କୁ ଗିରଫ କରିଥିଲା ପୋଲିସ। ଜାନୁଆରୀ ୮ ତାରିଖରେ ସଫେଇ କର୍ମଚାରୀ ସହଦେଵ ନାୟକଙ୍କ ମୃତ୍ୟୁ ହୋଇଥିଲା
ରସୁଲଗଡ଼ ଓଭରବ୍ରିଜ ଉପରେ ସହଦେବଙ୍କ ମୁଣ୍ଡ ଗଣ୍ଡି ଅଲଗା କରିଦେଇଥିଲେ ଦୁର୍ବୁର୍ତ୍ତ । ପୋଲିସ ଘଟଣାରେ ପୂର୍ବରୁ ୭ ଜଣଙ୍କୁ ଗିରଫ କରିସାରିଛି ।
📱 Get Argus News App
✨ରାଜଧାନୀ ଭୁବନେଶ୍ବରର ଜନଗହଳିପୂର୍ଣ୍ଣ ରସୁଲଗଡ଼ରୁ ବାଣୀବିହାର ମେନ ରୋଡ୍ରେ କେଦାରପଲ୍ଲୀ ଅଞ୍ଚଳର ସହଦେବ ନାୟକ ନାମକ ଜଣେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଦୁର୍ବୃତ୍ତ ହାଣିଦେଇଥିଲେ। ଦୁର୍ବୃତ୍ତ ଯୁବକଙ୍କ ମୁଣ୍ଡ କାଟି ଦେଇଥିବାବେଳେ ବେକ ଓ ଗୋଡ଼ ମଧ୍ୟ ଆଘାତ ଲାଗିଥିଲା। ତାଙ୍କ ବେକ ଓ ଗୋଡ଼ରେ ଗଭୀର ଆଘାତ ଲାଗିଥିଲା। ମୃତଦେହ ନିକଟରେ ଏକ ସ୍କୁଟି ପଡ଼ିଥିଲା।
ମୃତ ସହଦେବ ସଫେଇ କର୍ମଚାରୀ ସଂଘର ସଭାପତି ଥିଲେ। ଝିଅକୁ ସ୍କୁଲରେ ଛାଡି ସ୍କୁଟିରେ ଯାଉଥିବାବେଳେ କିଛି ଦୁର୍ବୃତ୍ତ ଖଣ୍ଡାରେ ହାଣି ତାଙ୍କୁ ବୀଭତ୍ସ ଭାବେ ହତ୍ୟା କରିଥିଲେ। ସହଦେବ ପୋଲିସ ମିତ୍ର ଭାବେ ମଧ୍ୟ କାମ କରୁଥିଲେ।
ସହଦେବଙ୍କ ହତ୍ୟାକାଣ୍ଡକୁ ନେଇ ତାଙ୍କ ସ୍ତ୍ରୀ ସାଂଘାତିକ ଅଭିଯୋଗ କରିଥିଲେ । ବ୍ରାଉନସୁଗାର କାରବାରକୁ ବିରୋଧ କରୁଥିବାରୁ ସ୍ବାମୀଙ୍କ ମୁଣ୍ଡ କାଟି ହତ୍ୟା କରାଯାଇଥିବା କାନ୍ଦି କାନ୍ଦି ଅଭିଯୋଗ କରିଥିଲେ ମୃତ ସହଦେବଙ୍କ ସ୍ତ୍ରୀ। ନିଜ ସାହିର ରମା ନାୟକ, ସତ୍ୟ, ଦିଲୁ ନାୟକ, ସୁସେଇ ନାୟକ ଓ ଅନ୍ୟ ଚାରି ପାଞ୍ଚ ଜଣ ମିଶିକି ହତ୍ୟା କରିଥିବା ସଂଘାତିକ ଅଭିଯୋଗ କରିଥିଲେ।