ସନ୍ଧ୍ୟା ସମୟରେ ବ୍ରାହ୍ମଣ ଓ ରାଜଗୁରୁ ପୂଜାର୍ଚ୍ଚନା କରିବେ

ଅର୍ଗସ ବ୍ୟୁରୋ : ଆଜି ପବିତ୍ର ମାଘ ମାସ ଶୁକ୍ଳପକ୍ଷ ପଞ୍ଚମୀ । ଏହି ପବିତ୍ର ତୀଥିରେ ୨୦୨୪ ରଥଯାତ୍ରା ପାଇଁ ରଥକାଠ ଅନୁକୂଳ ହେବ । ବିଶ୍ବ ବ୍ରହ୍ମାଣ୍ଡନାଥ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ଯାତ୍ରା ପ୍ରସ୍ତୁତିର ଆଜି ହେଉଛି ପ୍ରଥମ ପର୍ବ । ପରମ୍ପରା ମୁତାବକ ମହାପ୍ରଭୁଙ୍କ ରଥ ନିର୍ମାଣ ପାଇଁ ଆସିଥିବା କାଠ ରଥ ଖଳାରେ ଆଜି ଅନୁକୁଳ ହେବ । ଏଥିଲାଗି ଗତକାଲି ରଥଖଳାକୁ ପରିସ୍କାର କରାଯିବା ସହ ତିନିରଥର ତିନୋଟି ଧଉରା କାଠକୁ ରଖାଯାଇଛି ।
ଆଜି ସଂଧ୍ୟା ବେଳେ ସ୍ବତ୍ରୀୟ ବ୍ରାହ୍ମଣ ଓ ରାଜଗୁରୁ ବନଜାଗ ପଦ୍ଧତିରେ ମନ୍ତ୍ର ଉଚ୍ଚାରଣ କରି ପୂଜା କରିବେ । ଚଳିତ ବର୍ଷ ରଥଯାତ୍ରା କିଭଳି ଶାନ୍ତିଶୃଙ୍ଖଳାର ସହିତ ସମାପନ ହେବ ସେନେଇ ଶ୍ରୀଜୀଉଙ୍କ ନିକଟରେ ପ୍ରାର୍ଥନା କରାଯିବ । ତେବେ ଆସନ୍ତା ରାମନବମୀ ତିଥିରେ ରଥକାଠ ଚିରଟ ପ୍ରକ୍ରିୟା ଆରମ୍ଭ କରାଯିବା ସହ ଆସନ୍ତା ଅକ୍ଷୟ ତୃତୀୟା ଦିନ ରଥ ନିର୍ମାଣ କାର୍ଯ୍ୟ ଅନୁକୂଳ ହେବ ।
ଅଧିକ ପଢନ୍ତୁ ଓଡ଼ିଶା ଖବର
📱 Get Argus News App
✨ତେବେ ତିନିରଥ ନିର୍ମାଣ ପାଇଁ ମୋଟ ୮୬୫ ଖଣ୍ଡ କାଠର ଆବଶ୍ୟକତା ଥିବାବେଳେ ଗତବର୍ଷର ୫୩ ଖଣ୍ଡ କାଠ ବଳକା ରହିଛି । ତେବେ ଚଳିତ ବର୍ଷ ରଥ ନିର୍ମାଣ ପାଇଁ ଆଉ ୮୧୨ ଖଣ୍ଡ କାଠ ଦରକାର ଥିବାବେଳେ ପ୍ରଥମ ପର୍ଯ୍ୟାୟରେ ୧୦୨ ଖଣ୍ଡ କାଠ ପୁରୀରେ ପହଞ୍ଚିଛି ।
