ରାତି ପାହିଲେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା

ପୁରୀ: ରାତି ପାହିଲେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ସିଂହଦ୍ବାର ସମ୍ମୁଖରେ ଲାଗିଲା ତିନି ରଥ । ପ୍ରଥମେ ନନ୍ଦିଘୋଷ, ପରେ ଦର୍ପଦଳନ, ଆଉ ଶେଷରେ ଲାଗିଲା ତାଳଧ୍ୱଜ ରଥ । ପଟିଦିଅଙ୍କ ଠାରୁ ରଥଖଳାକୁ ଆଜ୍ଞାମାଳ ବିଜେ ପରେ ଦକ୍ଷିଣ ମୋଡ ନେଲା ତିନି ରଥ । 3 ରଥର ପୂଜାପଣ୍ଡା ସାମନ୍ତଙ୍କ ଦ୍ୱାରା ରଥଖଳାକୁ ଆଜ୍ଞାମାଳ ବିଜେ କରାଯାଇଥିଲା ।
ରଥଖଳାକୁ ଆଜ୍ଞାମାଳ ବିଜେ, ସିଂହଦ୍ୱାର ସମ୍ମୁଖକୁ ଆସିବେ ତିନି ରଥ
ଆଜ୍ଞାମାଳ ବିଜେ ପରେ ସିଂହଦ୍ୱାର ସମ୍ମୁଖକୁ ଯାଇଥିଲା 3 ରଥ । ଭାଇ ଭଉଣୀଙ୍କୁ ସାଙ୍ଗରେ ନେଇ ମାଉସୀ ଘରକୁ ଯିବେ ମହାପ୍ରଭୁ । ଚଳିତ ବର୍ଷ ଗୋଟିଏ ଦିନରେ ନବଯୌବନ ଦର୍ଶନ, ନେତ୍ରୋତ୍ସବ ଓ ଗୁଣ୍ଡିଚା ଯାତ୍ରା ପଡୁଥିବାରୁ ମହାପ୍ରଭୁଙ୍କର ନବଯୌବନ ଦର୍ଶନରୁ ବଞ୍ଚିତ ହେବେ ଶ୍ରଦ୍ଧାଳୁ ।
📱 Get Argus News App
✨ସେପଟେ ଏଥର ରଥଯାତ୍ରା ଦେଖିବା ପାଇଁ ଓଡ଼ିଶା ଆସିଛନ୍ତି ଜଗତଗୁରୁ ରାମଭଦ୍ରାଚାର୍ଯ୍ୟ। ସେ ଗତକାଲି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଆସନ୍ତା ରଥଯାତ୍ରା ବେଳେ ସେ ୯ ଦିନ ଧରି ପୁରୀରେ ରହିବା ସହ ବିଭିନ୍ନ ଆଧାତ୍ମିକ କାର୍ଯ୍ୟକ୍ରମରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି। ଗତବର୍ଷ ରଥଯାତ୍ରାରେ ମଧ୍ୟ ଶ୍ରୀକ୍ଷେତ୍ର ଆସି ବଡ଼ଦାଣ୍ଡରେ ଦିଅଁଙ୍କ ଆଶୀର୍ବାଦ ନେଇଥିଲେ।
ଅନ୍ୟପଟେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଧ୍ୟ ରଥଯାତ୍ରା ଦେଖିବାକୁ ଓଡ଼ିଶା ଆସୁଛନ୍ତି । ସେ ଆଜିଠୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ।