Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ରତ୍ନଭଣ୍ଡାରର ବୈଷୟିକ ସର୍ଭେ ବେଳେ ଶ୍ରୀଜୀଉଙ୍କ ଦର୍ଶନରେ ହେବନି କୌଣସି ଅସୁବିଧା

Smruti Parija
Browse all articles by Smruti Parija
·1 year ago·1 min read
ରତ୍ନଭଣ୍ଡାରର ବୈଷୟିକ ସର୍ଭେ ବେଳେ ଶ୍ରୀଜୀଉଙ୍କ ଦର୍ଶନରେ ହେବନି କୌଣସି ଅସୁବିଧା

ପୁରୀ:  ଏଏସଆଇ ପକ୍ଷରୁ ଆସନ୍ତାକାଲି ଠାରୁ ତିନିଦିନ ଧରି ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୈଷୟିକ ସର୍ଭେ ଅନୁଷ୍ଠିତ ହେବ ।  ଏଥିପାଇଁ ଦିନ 2ଟାରୁ ସନ୍ଧ୍ୟା 6ଟା ପର୍ଯ୍ୟନ୍ତ ସମୟ ସ୍ଥିର କରାଯାଇଛି । ତିନି ଦିନ ପାଇଁ ଶ୍ରୀଜୀଉଙ୍କ ନୀତିକାନ୍ତି ବା ସେବାପୂଜାରେ ବ୍ୟାଘାତ ନ  କରି ନିରୀକ୍ଷଣ ପ୍ରକ୍ରିୟା ପାଇଁ ଆବଶ୍ୟକ ସମୟ ଦେବା ଲାଗି ବିଶେଷ ନୀତି ନିର୍ଘଣ୍ଟ ପ୍ରସ୍ତୁତ କରାଯାଇଛି ।

ଏହି ଦିନ ପାଇଁ ହୋଇଥିବା ବିଶେଷ ନୀତି ନିର୍ଘଣ୍ଟ ଅନୁସାରେ ଦିନ ଗୋଟାଏରୁ ନିରୀକ୍ଷଣ କାର୍ଯ୍ୟ ଶେଷ ହେବା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ମହାପ୍ରସାଦ କ୍ରୟ କରିବାକୁ ଇଚ୍ଛୁକ ଭକ୍ତ ସିଂହଦ୍ଵାର ପଟେ ବାଇଶି ପାହାଚ ଦେଇ ଆନନ୍ଦ ବଜାରରୁ ମହାପ୍ରସାଦ କ୍ରୟ କରି ଉତ୍ତର ଦ୍ବାର ପଟେ ଉକ୍ତ ସମୟରେ ପ୍ରସ୍ଥାନ କରିପାରିବେ ।  

ସେପ୍ଟେମ୍ବର 24 ତାରିଖ ସୁଦ୍ଧା ଶ୍ରୀମନ୍ଦିର ରତ୍ନଭଣ୍ଡାରର ବାକି ଥିବା ବୈଷୟିକ ସର୍ଭେ ଶେଷ କରିବାକୁ ଏ.ଏସ୍.ଆଇ ମହାନିର୍ଦ୍ଦେଶକଙ୍କୁ ପତ୍ର ଲେଖି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ  ଅରବିନ୍ଦ ପାଢୀ ଅନୁରୋଧ କରିଥିଲେ । ଏହାପରେ ଏଏସଆଇ ପକ୍ଷରୁ ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୈଷୟିକ ସର୍ଭେ ପାଇଁ ପ୍ରକାଶ ପାଇଛି ତତ୍ପରତା । ପୂର୍ବରୁ ଗତ 18 ସେପଟେମ୍ବର ଦିନ ଏ.ଏସ୍.ଆଇ ପକ୍ଷରୁ ଶ୍ରୀମନ୍ଦିର ରତ୍ନଭଣ୍ଡାରର ବୈଷୟିକ ସର୍ଭେ ହୋଇଥିଲା ।
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
ratna-bhandar-survey-to-be-held-tommorrow | Argus News