ଜାନୁଆରୀ ଶେଷ ସୁଦ୍ଧା ସରିବ ରତ୍ନଭଣ୍ଡାର ଗଣତି ଓ ମଣତି
·1 year ago·1 min read

ଅର୍ଗସ ବ୍ୟୁରୋ : ଖୁବଶୀଘ୍ର ସରିବ ରତ୍ନ ଭଣ୍ଡାରର ଗଣତି । ଜାନୁଆରୀ ଶେଷ ସୁଦ୍ଧା ସରିବ ରତ୍ନ ଭଣ୍ଡାରର ଗଣତି ଓ ମଣତି । ଏନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ବଡ଼ ସୂଚନା । ସେ କହିଛନ୍ତି, କାର୍ତ୍ତିକ ମାସରେ ଭକ୍ତଙ୍କ ପ୍ରବଳ ଭିଡ଼ ହେତୁ ଏଏସଆଇ ରତ୍ନଭଣ୍ଡାରର ମରାମତି କାମ କରିପାରିନଥିଲା। ହେଲେ ଏବେ ମରାମତି କାମ ଆରମ୍ଭ ହେବ। ଏନେଇ ଏଏସଆଇ ପକ୍ଷରୁ ପ୍ରସ୍ତୁତି ସରିଛି। ସେ ଆହୁରି ମଧ୍ୟ କହିଛନ୍ତି ମୁଁ ଆଶା କରୁଛି, ଜାନୁଆରି ଶେଷ ସୁଦ୍ଧା ସରିବ ରତ୍ନଭଣ୍ଡାର ଗଣତିମଣତି।
ଅଧିକ ପଢନ୍ତୁ : ଐତିହ୍ୟ କରିଡର୍ ନିର୍ମାଣରେ ବୈଷୟିକ ତ୍ରୁଟି ପାଇଁ ସଙ୍କଟରେ ମେଘନାଦ ପାଚେରୀ
ପୂର୍ବରୁ ରତ୍ନଭଣ୍ଡାର ଗଣତିମଣତି ପାଇଁ ଏସଓପି ପ୍ରସ୍ତୁତ ସରିଥିଲା। ଏଏସଆଇ ମରାମତି କରି ସାର୍ଟିଫିକେଟ୍ ଦେବା ପରେ ଗଣତିମଣତି ହେବ। ମରାମତି ଏମିତି ହେବା ଦରକାର, ଯେମିତି ୧୦୦ ବର୍ଷ ପାଇଁ ଆବଶ୍ୟକ ପଡ଼ିବନି। ଠାକୁରଙ୍କ ଯେତିକି ସମ୍ପତ୍ତି ଅଛି, ତାହା ସୁରକ୍ଷିତ ରହିବା ଦରକାର ବୋଲି କୁହାଯାଇଥିଲା।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: