|
logo
Live

Argus News - ରତ୍ନଭଣ୍ଡାର ଜିପିଆର୍-ଜିପିଏସ୍ ସର୍ଭେ ରିପୋର୍ଟ ହସ୍ତଗତ

Odisha

ରତ୍ନଭଣ୍ଡାର ଜିପିଆର୍-ଜିପିଏସ୍ ସର୍ଭେ ରିପୋର୍ଟ ହସ୍ତଗତ

Smruti Parija
Browse all articles by Smruti Parija
·1 year ago
ରତ୍ନଭଣ୍ଡାର ଜିପିଆର୍-ଜିପିଏସ୍ ସର୍ଭେ ରିପୋର୍ଟ ହସ୍ତଗତ

ପୁରୀ: ଶ୍ରୀମନ୍ଦିର ରତ୍ନଭଣ୍ଡାର ନେଇ ଏ.ଏସ୍.ଆଇ. ପକ୍ଷରୁ କରାଯାଇଥିବା ଜିପିଆର୍-ଜିପିଏସ୍ ସର୍ଭେ ରିପୋର୍ଟ ଶ୍ରୀମନ୍ଦିର ପ୍ରଶାସନର ହସ୍ତଗତ ହୋଇଛି । ଏ.ଏସ୍.ଆଇ. ପକ୍ଷରୁ ଏହି କାର୍ଯ୍ୟ ହାଇଦ୍ରାବାଦ ସ୍ଥିତ ଏନ.ଜି.ଆର୍.ଆଇ ସହାୟତାରେ କରାଯାଇଥିଲା । ଶ୍ରୀମନ୍ଦିରର ସ୍ଥାୟିତ୍ବ ଏବଂ ସୁରକ୍ଷା ପ୍ରତି ଶ୍ରୀମନ୍ଦିର ପ୍ରଶାସନ ସର୍ବଦା ଯତ୍ନବାନ୍ ରହିଛି । 

ତେଣୁ ବୈଷୟିକ ରିପୋର୍ଟ ହସ୍ତଗତ ହୋଇସାରିଥିବାରୁ ତୁରନ୍ତ ସମଗ୍ର ରତ୍ନଭଣ୍ଡାରର ମରାମତି, ରକ୍ଷଣାବେକ୍ଷଣ ତଥା ସଂରକ୍ଷଣ କାର୍ଯ୍ୟ ହାତକୁ ନେବାକୁ ଏ.ଏସ.ଆଇ କର୍ତ୍ତୃପକ୍ଷଙ୍କୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି । ଏହି ଗୁରୁତ୍ଵପୂର୍ଣ୍ଣ କାର୍ଯ୍ୟରେ ଶ୍ରୀମନ୍ଦିର ପ୍ରଶାସନ ସମସ୍ତ ସହଯୋଗ କରିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କହିଛନ୍ତି ।
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
ରତ୍ନଭଣ୍ଡାର ଜିପିଆର୍-ଜିପିଏସ୍ ସର୍ଭେ ରିପୋର୍ଟ ହସ୍ତଗତ | Argus News