Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
Education Next 2026Register now
|

Argus News - ଫେବ୍ରୁଆରି ୧୨ ଏବଂ ୧୩ରେ ରତ୍ନଭଣ୍ଡାର ମରାମତି କାମ ବନ୍ଦ

Odisha

ଫେବ୍ରୁଆରି ୧୨ ଏବଂ ୧୩ରେ ରତ୍ନଭଣ୍ଡାର ମରାମତି କାମ ବନ୍ଦ

Rashmita Mishra
Browse all articles by Rashmita Mishra
·1 year ago·1 min read
ଫେବ୍ରୁଆରି ୧୨ ଏବଂ ୧୩ରେ ରତ୍ନଭଣ୍ଡାର ମରାମତି କାମ ବନ୍ଦ

ଶ୍ରୀମନ୍ଦିରରେ ଗଜଉଦ୍ଧାରଣ ବେଶ ସମ୍ପର୍କିତ ବିଶେଷ ନୀତି ଥିବାରୁ ଦୁଇ ଦିନ ପାଇଁ ରତ୍ନଭଣ୍ଡାର ମରାମତି କାର୍ଯ୍ଯ ବନ୍ଦ ରହିବ। ଫେବ୍ରୁଆରି ୧୨ ଏବଂ ୧୩ ତାରିଖରେ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ ରଖାଯାଇଛି। ଏଥିପାଇଁ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ।


୨ ଦିନ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାମ । ଶ୍ରୀମନ୍ଦିରରେ ଗଜଉଦ୍ଧାରଣ ବେଶ ସମ୍ପର୍କିତ ବିଶେଷ ନୀତି ଥିବାରୁ ଦୁଇ ଦିନ ପାଇଁ ରତ୍ନଭଣ୍ଡାର ମରାମତି କାର୍ଯ୍ଯ ବନ୍ଦ ରହିବ । ଠିକ ସମୟରେ ଶ୍ରୀମନ୍ଦିରରେ ଗଜଉଦ୍ଧାରଣ ବେଶ ନୀତିକାନ୍ତି ସମ୍ପାଦନ ଏବଂ ଶ୍ରଦ୍ଧାଳୁଙ୍କ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା କରିବା ଉଦ୍ଦେଶ୍ୟରେ ଆସନ୍ତା ୧୨ ଏବଂ ୧୩ ତାରିଖ ଦୁଇଦିନ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ସ୍ଥଗିତ ରଖାଯାଇଛି । ଏହପରି ପୁନର୍ବାର ମରାମତି କାର୍ଯ୍ୟ ଆରମ୍ଭ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଏଥିପାଇଁ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:


ସୂଚନାଯୋଗ୍ୟ, ଶ୍ରୀପଞ୍ଚମୀ ଓ ବନକଲାଗି ଆଦି ବିଶେଷ ନୀତିକାନ୍ତିକୁ ଦୃଷ୍ଟିରେ ରଖି ଫେବ୍ରୁଆରି ୨ ଏବଂ ୩ ତାରିଖ ତଥା ଫେବୃଆରୀ ୫ ଓ ୬ ତାରିଖ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ ରଖାଯାଇଥିଲା । ଏହି ଦିନ ବ୍ୟତୀତ ଅନ୍ୟ ଦିନରେ ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଏବଂ ଶ୍ରୀମନ୍ଦିର ପ୍ରଶାସନ ବ୍ୟବସ୍ଥା ଅନୁସାରେ ରତ୍ନଭଣ୍ଡାର ମରାମତି କାମ ଚାଲୁ ରହିବ ବୋଲି କୁହାଯାଇଥିଲା ।

Sponsored
Ratnabhandar renovation work to be stopped on February 12th and 13th | Argus News