ଆଜି ପୁଣି ଖୋଲିବ ରତ୍ନଭଣ୍ଡାର
ଅର୍ଗସ ବ୍ୟୁରୋ: ଆଜି ପୁଣି ଖୋଲିବ ରତ୍ନଭଣ୍ଡାର । ଏଏସଆଇ ପକ୍ଷରୁ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାରର ପ୍ରାରମ୍ଭିକ ନିରୀକ୍ଷଣ ଓ ବୈଷୟିକ ଯାଂଚ ଅନୁଷ୍ଠିତ ହେବ । ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଅନୁସାରେ ଏହି ନିରୀକ୍ଷଣ ଅନୁଷ୍ଠିତ ହେବ l ଆଜିର ନିରୀକ୍ଷଣରେ ASI ଏବଂ ଶ୍ରୀମନ୍ଦିର ପ୍ରଶାସନର 26 ଜଣିଆ ମିଳିତ ଟିମ୍ ସାମିଲ ହେବେ । ଏହା ସହ ରତ୍ନଭଣ୍ଡାର ମଧ୍ୟରେ ବୈଜ୍ଞାନିକ ସର୍ବେକ୍ଷଣ କରିବାକୁ ବିଭିନ୍ନ ଯନ୍ତ୍ରପାତି ନେବାକୁ ASIକୁ ସର୍ତ୍ତମୂଳକ ଅନୁମତି ପ୍ରଦାନ କରାଯାଇଛି । ସର୍ବେକ୍ଷଣ ସମ୍ପର୍କିତ ଉତ୍ତୋଳନ ହେଉଥିବା ଚିତ୍ର କିମ୍ବା ଭିଡିଓ କେବଳ ବୈଜ୍ଞାନିକ ଅନୁସନ୍ଧାନ ସକାଶେ ବ୍ୟବହାର କରାଯିବ । ଏହା କୌଣସି ମିଡିଆ କିମ୍ବା ସୋସିଆଲ୍ ମିଡିଆରେ ପ୍ରସାରିତ ହେବ ନାହିଁ । ଏହା ସହ ବୈଜ୍ଞାନିକ ଯନ୍ତ୍ରପାତି ନେବା ବା ବ୍ୟବହାର ସମୟରେ ଶ୍ରୀମନ୍ଦିର ସଂସ୍କୃତି ଓ ପରମ୍ପରାକୁ ମଧ୍ୟ ସମ୍ମାନ ପ୍ରଦାନ କରାଯିବାକୁ ସର୍ତ୍ତ ରଖାଯାଇଛି । ...ପୂର୍ବରୁ ରାଜ୍ୟ ସରକାରଙ୍କ ଅନୁମୋଦିତ SOP ଅନୁସାରେ ବାହାର ଓ ଭିତର ରତ୍ନଭଣ୍ଡାରରୁ ସମସ୍ତ ଅଳଙ୍କାର ଅସ୍ଥାୟୀ ଷ୍ଟ୍ରଂଗ୍ କୋଠରୀକୁ ସ୍ଥାନାନ୍ତରଣ ତଥା ଖାଲି ଆଲମିରା ଓ ସିନ୍ଦୁକ ଗୁଡିକ ସ୍ଥାନାନ୍ତରିତ ହୋଇ ସାରିଛି l ସେପଟେ ଦିନ ଗୋଟାଏରୁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ମହାପ୍ରସାଦ କ୍ରୟ କରିବାକୁ ଇଚ୍ଛୁକ ଭକ୍ତ ସିଂହଦ୍ଵାର ପଟେ ବାଇଶି ପାହାଚ ଦେଇ ଆନନ୍ଦ ବଜାରରୁ ମହାପ୍ରସାଦ କ୍ରୟ କରି ଉତ୍ତର ଦ୍ବାର ପଟେ ପ୍ରସ୍ଥାନ କରିପାରିବେ l
ଅଧିକ ପଢ଼ନ୍ତୁ ଓଡ଼ିଶା ଖବର...