ସୋମବାର କେଉଁ ରାଶି ପାଇଁ ଶୁଭ...ପଢନ୍ତୁ

ମେଷ-
ଅଧିକ ପରିଶ୍ରମ କାରଣରୁ ସ୍ୱାସ୍ଥ୍ୟ ହାନିର କାରନ ଅଛି । କାରବାରରେ ଆପଣଙ୍କର ବହୁତ ଲାଭ ହେବ । ବନ୍ଧୁଙ୍କ ଠାରୁ ଆର୍ଥିକ ସହାୟତା ମିଳିପାରେ । ଧାର୍ମିକ କାର୍ଯ୍ୟକ୍ରମରେ ସାମିଲି ହେବାର ସୁଯୋଗ ପାଇବେ । ଯେଉଁ କାମ କରିବାକୁ ଚାହିଁବେ ତାକୁ ମନପ୍ରାଣ ଢାଳି ପୂରା କରିଦେବ । ଶୁଭ ରଙ୍ଗ- - ଲାଲ୍ ଏବଂ ଶୁଭ ସଂଖ୍ୟା ୯ ପ୍ରତିକାର – ମହାଦେବଙ୍କୁ କ୍ଷୀରାଭିଷେକ କରନ୍ତୁ
ବୃଷ-
ବ୍ୟବସାୟରେ ସଫଳତା ହାସଲ କରିପାରିବେ ଏବଂ ଏକ ଦୃଢ଼ ବୃତ୍ତି ଗଢ଼ି ପାରିବେ । ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଖୁବ୍ ଭଲ ରହିବ । କର୍ମ କ୍ଷେତ୍ରରେ ସାମାନ୍ୟ ବାଧା ଉପୁଜିଲେ ମଧ୍ୟ କାମ ଅଟକିବ ନାହିଁ। ରାଜନିତିରେ ମନ ଚାହୁଁଥିବା ପଦବୀ ମିଳିପାରେ । କୌଣସି ଶୁଭ ଖବର କିମ୍ବା ମୂଲ୍ୟବାନ୍ ଜିନିଷ ପ୍ରାପ୍ତିରେ ଆନନ୍ଦ ଅନୁଭବ କରିବେ । ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬ ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ
ମିଥୁନ-
ପ୍ରେମ ସମ୍ପର୍କ ଭଲ ରହିବ । ନୂଆ କଳା କୌଶଳ ଶିଖିବାକୁ ସୁଯୋଗ ମିଳିବ । ମନ ଭଲ ରହିବ । ପରକଥାକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି । ଆକସ୍ମିକ ବିପଦ ଦେଖାଦେଇପାରେ । ସତର୍କତା ଅବଲମ୍ବନ ନ କଲେ ପୈତୃକ ସମ୍ପତି ହସ୍ତାନ୍ତର ହୋଇପାରେ । ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫ ପ୍ରତିକାର – ବିଷ୍ଣୁଙ୍କର ପୂଜା ସହିତ ସହସ୍ର ନାମ ପାଠ କରନ୍ତୁ
କର୍କଟ-
ନୂତନ କର୍ମ କ୍ଷେତ୍ରରେ ଯୋଗଦାନ ଦେଇପାରନ୍ତି । ରାଜନୀତିରେ ଯୋଗ୍ୟତା ଅନୁସାରେ ପଦବୀ ମିଳିପାରେ । ଶିକ୍ଷାର୍ଥୀ ମାନେ ବିଦ୍ୟାରେ ସଫଳତା ହାସଲ କରିବେ । କାର୍ୟ୍ୟ କ୍ଷେତ୍ରରେ ଆପଣଙ୍କର କାର୍ୟ୍ୟ ଉପରେ ଆଧାର କରି ଏକ ଭଲ ପଦୋନ୍ନତି ଏବଂ ବେତନ ବୃଦ୍ଧି ପାଇଁ ପାରନ୍ତି । ଯେକୌଣସି ପେଟ ସମସ୍ୟା ଅନୁଭବ କରିପାରନ୍ତି । ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨ ପ୍ରତିକାର – ବରଗଛ ମୂଳରେ କ୍ଷୀର ଢାଳି ଦିନ ଆରମ୍ଭ କରନ୍ତୁ
ସିଂହ-
ସାମୟିକ ଶାରିରୀକ ପିଡା ଭୋଗିବାକୁ ପଡିବ । କର୍ମ କ୍ଷେତ୍ରରେ ଅଗ୍ରଗତି ଘଟିବ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । କୋର୍ଟରେ ଅପବ୍ୟବହାର ଦେଖାଇବେ । ପ୍ରତ୍ୟେକ କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ମନୋବୃତି ପୋଷଣ କରିବା କାରଣରୁ ଅଶାନ୍ତି ସୃଷ୍ଟି ହୋଇପାରେ । ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧ ପ୍ରତିକାର – ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
କନ୍ୟା-
📱 Get Argus News App
✨ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି । ପରିବାରରେ ହସଖୁସିର ବାତାବରଣ ରହିବ । କୈାଣସି କାମକୁ ନିର୍ଦ୍ଧାରିତ ସମୟ ମଧ୍ୟରେ ସାରିବେ । ନିଜ ଲୋକମାନେ ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେଇ ପାରନ୍ତି। ମନ୍ଥର ଗତିରେ ଆଜିର କାମଗୁଡ଼ିକ ସମାଧାନ ହୋଇପାରିବ । ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫ ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ
ତୁଳା-
ବ୍ୟବସାୟରେ ଭାଇଙ୍କ ଠାରୁ ସାହାଯ୍ୟ ସହେଯାଗ ପାଇ ଚିନ୍ତା ମୁକ୍ତ ରହିବେ । ରାଜନୀତିରେ ପଛ କଥାକୁ ଚିନ୍ତା କରି ବିରକ୍ତି ପ୍ରକାଶ କରିପାରନ୍ତି । ସନ୍ତାନଙ୍କ ଭାଗ୍ୟରେ ଏବଂ ଆର୍ଥିକ ସ୍ଥିତି ଉନ୍ନତି ଦେଖାଦେବ । ସାମାଜିକ କାର୍ଯ୍ୟରେ ସଫଳତା ପାଇବେ । ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬ ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ବିଛା-
ଶାରିରୀକ ଓ ମାନସିକ ସ୍ତରରେ ଉନ୍ନତି ଆସିବ । ନିଜର ମନ ଅନୁସାରେ କର୍ମ କ୍ଷେତ୍ରରେ ସ୍ୱାଧିନତା ପାଇବେ । ଅଫିସରେ ନୂଆ ସମ୍ପର୍କ ସୃଷ୍ଟି କରିବେ । ଏକ ନୂତନ ଘର କିମ୍ବା ଜମି ପ୍ଲଟ୍ କ୍ରୟ କରିପାରିବେ । ଆପଣଙ୍କର ଜ୍ଞାନକୁ ବିସ୍ତାର କରିବାକୁ ଚାହିଁବେ । ପ୍ରତ୍ୟେକ କ୍ଷେତ୍ରରେ ସତର୍କ ନ ହେଲେ ଠକାମିରେ ପଡ଼ିପାରନ୍ତି । ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯ ପ୍ରତିକାର – ମା ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ
ଧନୁ-
କୌଣସି ବିଶେଷ କାମରେ ପରିବାର ଲୋକଙ୍କ ସାହାର୍ଯ୍ୟ ପାଇବେ । ଜମିଜମା କିଣିବାର ସୁଯୋଗ ରହିଛି । ନିଜ ଜିନିଷ କେଉଁଠି ରଖି ପାସୋରି ଯିବେ । କୈାଣସି ଗୋଟେ ବଡ ପଦବୀ ଯାଇପାରେ । ସବୁ ସମସ୍ୟାକୁ ଦୃଢ ଭାବରେ ମୁକାବିଲା କରିବେ । ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩ ପ୍ରତିକାର – ଶ୍ରୀ ରାମଙ୍କ ପୂଜା ପାଠ କରନ୍ତୁ
ମକର-
କର୍ମ କ୍ଷେତ୍ରରେ ସାହାର୍ୟ୍ୟ ପାଇବେ ଏବଂ ସାଂସାରିକ ଜୀବନ ସୁଖମୟ ହେବ । ଧାତୁଅଳଙ୍କାର କ୍ରୟ କରି ସାମୟିକ ଆତ୍ମତୃପ୍ତି ଅନୁଭବ କରିବାର ସୁଯୋଗ ପାଇବେ । ଗଣ ମାଧ୍ୟମରେ କର୍ମଚାରୀଙ୍କ ଲାଗି ଦିନଟି ଭଲ ରହିବ । ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ । ଇଲେକ୍ଟ୍ରୋନିକ ସାମଗ୍ରୀ କିଣି ପାରନ୍ତି । ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮ ପ୍ରତିକାର – ଦକ୍ଷିଣକାଳିଙ୍କୁ ପୂଜା କରନ୍ତୁ
କୁମ୍ଭ-
ପାରିବାରିକ ମାଙ୍ଗଳିକ କାର୍ୟ୍ୟର ସୂଚନା ମିଳିବ । ବ୍ୟବସାୟରେ ପ୍ରତିଷ୍ଠା ଲାଭ କରିବେ । କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ । ରାଜନିତିରେ ସହଯୋଗ ମିଳିବ । ପାଠ ପଢାରେ ପରିଶ୍ରମ କରିବାକୁ ପଡିବ । ଅଫିସ୍ରେ ଆପଣଙ୍କ କାମ ଦେଖି କର୍ତୁପକ୍ଷ ଖୁସି ହେବେ ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮ ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ
ମୀନ-
ଭଲ କଥା କହି ବନ୍ଧୁ ମନରେ ବିଶ୍ୱାସ ଆଣିବେ । ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ । ପରିବହନ, ଓ ଶିଳ୍ପ କ୍ଷେତ୍ରରେ ଲାଭବାନ ହେବେ । ଚଳଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହୋଇପାରନ୍ତି । ଶିକ୍ଷା କ୍ଷେତ୍ରରେ ପରୀକ୍ଷାର ପରିଣାମ ଅନୁକୂଳ ହେବ । ପିଲାମାନଙ୍କ କାର୍ଯ୍ୟ କଳାପରେ ସନ୍ତୁଷ୍ଟି ଲାଭ କରିବେ । ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩ ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ