|
logo
Live
Argus News App
GET APP

Argus News - ଆଜି ଏହି 3 ରାଶି ପାଇଁ ଭାରି ବିପଦ...

Odisha

ଆଜି ଏହି 3 ରାଶି ପାଇଁ ଭାରି ବିପଦ...

Smruti Parija
Browse all articles by Smruti Parija
·1 year ago·4 min read
ଆଜି ଏହି 3 ରାଶି ପାଇଁ ଭାରି ବିପଦ...

ଅର୍ଗସ ବ୍ୟୁରୋ: ଆଜି କେମିତି କଟିବ ଆପଣଙ୍କ ଦିନ । କଣ ରହିଛି ଆପଣଙ୍କ ଭାଗ୍ୟ ଭବିଷ୍ୟତ । ପଢନ୍ତୁ...

ମେଷ-

ପାରିବାରିକ ସମସ୍ୟା ଚିନ୍ତାର କାରଣ ହୋଇପାରେ । ଦୂରେଇ ଚାଲିଯାଇଥିବା ବନ୍ଧୁ ଆପଣଙ୍କ ସହ ମିଶିବା ପାଇଁ ଚେଷ୍ଟା କରିବେ । ନୂତନ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବିବେ । ଶିକ୍ଷାର୍ଥୀ ମାନେ ବିଦ୍ୟାରେ ସଫଳତା ହାସଲ କରିବେ । ସାମାଜିକ ଆଦୃତି ମାଧ୍ୟମରେ ସୁଖ ସମ୍ମାନ ପ୍ରଦାନ କରିବେ । 
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯    
ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ

ବୃଷ-

କର୍ମକ୍ଷେତ୍ରରେ ସହମତିରେ କାମ କଲେ ଅପେକ୍ଷାକୃତ ସଫଳତା ପାଇପାରନ୍ତି । ପରିବାରରେ ସମସ୍ତଙ୍କ ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ରଖନ୍ତୁ ନଚେତ୍ ହଇରାଣ ହେବେ । ଶୁଣା କଥାକୁ ବିଶ୍ୱାସ କଲେ ବହୁ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଆଇନ ଅଦାଲତରେ ସ୍ଥଗିତ କାମ ସମ୍ପୂର୍ଣ୍ଣ ହୋଇପାରିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ମିଥୁନ-

ରୋଗର ପ୍ରକୋପ ବୃଦ୍ଧି ପାଇବ । ଉଚିତ୍ ବ୍ୟବହାର ପାଇଁ ଖୁସିର ବାତାବରଣ ଦେଖାଦେବ । ବ୍ୟବସାୟରେ ଅଧିକ ଖର୍ଚ୍ଚ ହେବାର ସମ୍ଭାବନା ଅଛି । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ ବନ୍ଧୁବାନ୍ଧବଙ୍କ ନିକଟରେ ପାଖରେ ଆଦୃତ ହେବେ । କର୍ମକ୍ଷେତ୍ରରେ ଆପଣଙ୍କର ଉଦାର ସ୍ୱଭାବ ସମସ୍ତଙ୍କୁ ପ୍ରଭାବିତ କରିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ଭୂବନେଶ୍ୱରୀ ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

କର୍କଟ-

କର୍ମକ୍ଷେତ୍ରରେ ବିଭିନ୍ନ ଦିଗରୁ ଲାଭବାନ ହେବେ । ଅଟକି ଥିବା  ସମସ୍ୟାର ସମାଧାନ ପାଇଁ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ । ବିଦ୍ୟାର୍ଥୀ ମାନେ ପରୀକ୍ଷାରେ ସଫଳତା ପ୍ରାପ୍ତ କରିବେ । ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖାଦେଇପାରେ । ରାଜନୀତି କ୍ଷେତ୍ରରେ ଶୁଭ ଫଳ ମିଳିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ 

ସିଂହ-

ପାରିବାରିକ କଷ୍ଟ ଦୂର ହୋଇପାରେ । ସ୍ୱାସ୍ଥ୍ୟରେ ସୁଧାର ଆସିବ । କର୍ମ କ୍ଷେତ୍ରରେ ଅନିଚ୍ଛା ସତ୍ୱେ ପ୍ରତିକ୍ରିୟା ପ୍ରକାଶ କରନ୍ତୁ ନାହିଁ । ଜମିଜମା କ୍ଷେତ୍ରରେ ଆଶାନୁରୂପ ସଫଳତା ମିଳିବ । ମହିଳା ମାନଙ୍କ ପାଇଁ ଦିନଟି ମହତ୍ୱପୂର୍ଣ୍ଣ ରହିବ । 
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ

କନ୍ୟା-

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ । ବ୍ୟବସାୟୀ ମାନେ ନଗଦ କାରବାର ରେ ଅଧିକ ଲାଭପ୍ରଦ ହେବେ । ଧର୍ମ ର୍କାର‌୍ୟ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲାଭ କରିବେ । ପାରିବାରିକ ଜୀବନ ସୁଖ ମୟ ହେବ । ପ୍ରଶାସନିକ ସ୍ତରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ପ୍ରଭୁ ନାରାୟଣଙ୍କ ଫଟକୁ ପୂଜା କରନ୍ତୁ   

ତୁଳା-

ପୁରୁଣା କରଜ ଆପଣଙ୍କୁ ଫେରସ୍ତ ମିଳିପାରେ । ସ୍ୱାସ୍ଥ୍ୟ ଲାଗି ଖର୍ଚ୍ଚ କରିବେ । ବିଦ୍ୟାର୍ଥୀ ମାନେ କିଛି ନୂତନ ଶିକ୍ଷା ପାଇଁ ଆଗ୍ରହ ପ୍ରକାଶ କରିବେ । ବ୍ୟବସାୟ , ପରିବହନ କ୍ଷେତ୍ରରେ ଥିବା ଦ୍ୱନ୍ଦ ଦୂର ହେବ । ରାଜନୀତିରେ ସାଧାରଣ କଥାକୁ କେନ୍ଦ୍ରକରି ମତ ପାର୍ଥକ୍ୟ ଦେଖା ଦେଇପାରେ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ଦ୍ୱାରା କେତେକାଂଶରେ ଅଭିଳାଷ ମଧ୍ୟ ପୂରଣ ହୋଇଯିବ । 
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶନିଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

ବିଛା-

ପରିବାରର ସଦସ୍ୟଙ୍କ ସହିତ ସୌହାଦ୍ୟ ପୂର୍ଣ୍ଣ ସମ୍ପର୍କ ରହିବ । ବହୁତ ଦିନରୁ ଭଲ ସମ୍ପର୍କ ନଥିବା ଭ୍ରାତୃ ସମ୍ପର୍କରେ ଉନ୍ନତି ଘଟିବ । ପିତା ମାତାଙ୍କ ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ରାଜନୈତିକ ସ୍ଥିତି ମଜଭୁତ ରହିବା ସାଙ୍ଗକୁ ସାମାଜିକ ପ୍ରତିଷ୍ଠା ବଢ଼ିବ । ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତୀ ହୋଇପାରନ୍ତି ।  
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନ କରନ୍ତୁ

ଧନୁ-

ବ୍ୟବସାୟରେ ଆଂଶିକ ସଫଳତା ପାଇବେ । ରାଜନିତିରେ ଛୋଟ କଥାକୁ ବଡ କରି ବିବାଦ ଲାଗିପାରେ । ଛାତ୍ରଛାତ୍ରୀ ମାନେ ପଢାରେ କଷ୍ଟ କରିବେ । କର୍ମକ୍ଷେତ୍ରରେ ସାମାନ୍ୟ ବିଶ୍ରାମ କରିବାର ସୁଯୋଗ ପାଇବା କଷ୍ଟକର ହୋଇପାରେ ।  ଅଧିକ ମୂଲ୍ୟ ଦେଇ ଜମି କିଣିବେ । ଶତୃଙ୍କର ସଡ  ଯନ୍ତ୍ରର ଶିକାର ହୋଇ ପାରନ୍ତି
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ହନୁମାନଙ୍କ ପାଖରେ ବୁନ୍ଦିଲଡୁ ଭୋଗ ଲଗାନ୍ତୁ

ମକର-

ବନ୍ଧୁଙ୍କ ସହଯାଗରେ କେତେକ ସମସ୍ୟାର ସମାଧାନ ହେବ । ଧନ ଆଦାନ ପ୍ରଦାନରେ ମନମୁତାବକ ଲାଭବାନ୍ ହେବାର ସମ୍ଭାବନା ଅଛି । ସବୁକଥାକୁ ଭଲରୂପେ ବିଚାରକରି ଆଗକୁ ବଢ଼ିବା ଉଚିତ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – କଳା ରଙ୍ଗର କୁକୁରକୁ ଖାଇବାକୁ ଦିଅନ୍ତୁ

କୁମ୍ଭ-

ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । କର୍ମକ୍ଷେତ୍ରରେ ମଧୁର ବାକ୍ୟ କହି ନିଜର କାର‌୍ୟ୍ୟ ହାସଲ କରିନେବେ ।    ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ଆଲୋଚନା ପରିସରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି । ବ୍ୟବସାୟରେ ନୂଆ କୈାଶଳ ପ୍ରୟୋଗ କରିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ

ମୀନ-

ବ୍ୟବସାୟ ପାଇଁ ଦୂରଯାତ୍ରାର ସୁଯୋଗ ପାଇ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ ।  ପାଖ ପଡ଼ୋଶୀମାନେ ସହଯୋଗର ହାତ ବଢ଼ାଇପାରନ୍ତି। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ବୃଦ୍ଧି ପାଇବ । ବହୁ ଲୋକଙ୍କ ର ପ୍ରଶଂସା ପାଇବା ଫଳରେ ଉତ୍ସାହିତ ହେବେ । ଦୂର ଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ ।  
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର - ଶ୍ରୀ ବିଷ୍ଣୁଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

Sponsored
ଆଜି ଏହି 3 ରାଶି ପାଇଁ ଭାରି ବିପଦ... | Argus News