Videos
|
Odisha

ଫେବୃଆରୀରେ ରେକର୍ଡ ଭାଙ୍ଗୁଛି ତାତି, ୧୦ ସହରର ତାପମାତ୍ରା ୩୫ ଡିଗ୍ରୀ ପାର୍

Ritu Das
Browse all articles by Ritu Das
·1 year ago·1 min read
ଫେବୃଆରୀରେ ରେକର୍ଡ ଭାଙ୍ଗୁଛି ତାତି, ୧୦ ସହରର ତାପମାତ୍ରା ୩୫ ଡିଗ୍ରୀ ପାର୍

ରାଜ୍ୟର ତୋଡ ଦେଖାଇଲାଣି ତାତି । ୧୦ ସହରରେ ତାତି ୩୫ ଡିଗ୍ରୀ ସେଲସିୟସ୍‌ ଟପିଛି । ଆସନ୍ତା ୪ରୁ ୫ ଦିନ ଯାଏ ଦିନ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବନି ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ୬ ତାରିଖରେ ଭଦ୍ରକ, ଜଗତ୍‌ସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ନୟାଗଡ଼, ଅନୁଗୁଳ ଓ ଢ଼େଙ୍କାନାଳରେ ଘନ କୁହୁଡ଼ି ଦୃଶ୍ୟମାନ ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ୭ ତାରିଖରେ କଟକ, ଖୋର୍ଦ୍ଧା, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ନୟାଗଡ଼ ଓ ଗଞ୍ଜାମରେ ଘନ କୁହୁଡ଼ି ଦେଖାଯିବ ବୋଲି ପୂର୍ବାନୁମାନ କରାଯାଇଛି । ବୁଧବାର ମାଲକାନଗିରି ଓ ବଲାଙ୍ଗିରରେ ତାତି ସବୁଠୁ ଅଧିକ ୩୬ ଡିଗ୍ରୀ ରେକର୍ଡ ହୋଇଛି ।


ସମ୍ବଲପୁର, ହୀରାକୁଦ ଓ ଝାରସୁଗୁଡ଼ାରେ ୩୫.୯, ଭବାନୀପାଟଣା ଓ ସୁନ୍ଦରଗଡ଼ରେ ୩୫.୫, ସୋନପୁରରେ ୩୫.୨, ଅନୁଗୁଳରେ ୩୫.୧ ଓ ପାରଳାଖେମୁଣ୍ଡିରେ ୩୫ ଡିଗ୍ରୀ ରେକର୍ଡ ହୋଇଛି । ଭୁବନେଶ୍ୱର, ତାଳଚେର ଓ ବୌଦ୍ଧରେ ୩୩.୮, କୋରାପୁଟରେ ୩୩.୨, ଫୁଲବାଣୀରେ ୩୨.୯, ଯାଜପୁରରେ ୩୨.୮, ବାରିପଦାରେ ୩୨.୬, ଛତ୍ରପୁରରେ ୩୨.୭, କେନ୍ଦୁଝରରେ ୩୨.୩, କଟକ ଓ ପୁରୀରେ ୩୧.୮, ଦାରିଙ୍ଗିବାଡ଼ିରେ ୩୧.୫ଡିଗ୍ରୀ ରେକର୍ଡ ହୋଇଛି।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Record-breaking heatwave in February, 10 cities hit 35 degrees Celsius | Argus News