ପ୍ରଧାନମନ୍ତ୍ରୀଙ୍କ ୭୫ ତମ ଜନ୍ମଦିନରେ ଓଡିଶାରେ ଲାଗିବ ରେକର୍ଡ ସଂଖ୍ୟକ ୭୫ ଲକ୍ଷ ଗଛ

Key Points
ଚଳିତ ବର୍ଷ ସେପ୍ଟେମ୍ବର ୧୭ ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୫ତମ ଜନ୍ମ ଦିବସରେ ଲାଗିବ ଏହି ଗଛ । ଲୋକସେବା ଭବନରେ ଏକ୍ ପେଡ୍ ମା କେ ନାମ୍ ଅଭିଯାନ ସମ୍ପର୍କରେ ଏକ ପ୍ରସ୍ତୁତି ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘୋଷଣା କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ ୭୫ ତମ ଜନ୍ମଦିନରେ ଓଡିଶାରେ ଲାଗିବ ରେକର୍ଡ ସଂଖ୍ୟକ ୭୫ ଲକ୍ଷ ଗଛ । ଚଳିତ ବର୍ଷ ସେପ୍ଟେମ୍ବର ୧୭ ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୫ତମ ଜନ୍ମ ଦିବସରେ ଲାଗିବ ଏହି ଗଛ । ଲୋକସେବା ଭବନରେ ଏକ୍ ପେଡ୍ ମା କେ ନାମ୍ ଅଭିଯାନ ସମ୍ପର୍କରେ ଏକ ପ୍ରସ୍ତୁତି ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘୋଷଣା କରିଛନ୍ତି ।
ଗତବର୍ଷ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଏକ୍ ପେଡ ମା କେ ନାମ୍ ଅଭିଯାନ ଆରମ୍ଭ ହୋଇଥିଲା । ଚଳିତବର୍ଷ ଜୁନ୍ ୫ରୁ ସେପ୍ଟେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ଏହାର ଦ୍ୱିତୀୟ ସଂସ୍କରଣ ଏକ ପେଡ୍ ମା କେ ନାମ୍ ୨.୦ ଚାଲିବ । ଦ୍ୱିତୀୟ ସଂସ୍କରଣର ଏହି କାର୍ଯ୍ୟକ୍ରମରେ ସର୍ବନିମ୍ନ ୭.୫ କୋଟି ଚାରା ରୋପଣ ପାଇଁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି । ଗତବର୍ଷ ଏହି କାର୍ଯ୍ୟକ୍ରମରେ ଓଡିଶା ୬.୭୨ କୋଟି ଗଛ ଲଗାଇ ସାରା ଦେଶରେ ଚତୁର୍ଥ ସ୍ଥାନ ଅଧିକାର କରିଥିଲା ।