Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଭୀଷଣ ବର୍ଷା ନେଇ ମୟୂରଭଞ୍ଜ ଜିଲ୍ଲାକୁ ରେଡ ଆଲର୍ଟ

Smruti Parija
Browse all articles by Smruti Parija
·1 year ago·1 min read
ଭୀଷଣ ବର୍ଷା ନେଇ ମୟୂରଭଞ୍ଜ ଜିଲ୍ଲାକୁ ରେଡ ଆଲର୍ଟ

ଭୁବନେଶ୍ୱର: ଓ୍ବେଲମାର୍କ ଲୋପ୍ରେସରରେ ପରିଣତ ହେଲା ଲଘୁଚାପ । ଦକ୍ଷିଣ ପୂର୍ବ ବାଂଲାଦେଶ ଏହାର ଆଖପାଖରେ କେନ୍ଦ୍ରୀଭୂତ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ନେବ ଅବପାତର ରୂପ
ଉତ୍ତର ପଶ୍ଚିମ ବଙ୍ଗୋପସାଗର ରେ ଅବପାତର ରୂପ ନେବ । ପ୍ରଭାବରେ ଆଜିଠାରୁ ଉତ୍ତର ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା । ଆଜି ବଜ୍ରପାତ ସହ ପ୍ରବଳ ବର୍ଷା ନେଇ ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ । କାଲିଠାରୁ ବଢିବ ବର୍ଷାର ପରିମାଣ ଏବଂ ବିସ୍ତୃତି ।

ଭୀଷଣ ବର୍ଷା ନେଇ ମୟୂରଭଞ୍ଜ ଜିଲ୍ଲାକୁ ରେଡ ଆଲର୍ଟ । ୨୦୦ ମିମି ରୁ ଅଧିକ ବର୍ଷା ସମ୍ଭାବନା । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ବାଲେଶ୍ବର, ଭଦ୍ରକ ଏବଂ କେନ୍ଦୁଝରକୁ ଅରେଞ୍ଜ ଆଲର୍ଟ ।
ଏହି ସବୁ ଜିଲ୍ଲାରେ ୭୦ ରୁ ୨୦୦ ମିମି ବର୍ଷିବ । ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ୟେଲୋ ଆଲର୍ଟ । କେନ୍ଦ୍ରାପଡା, ଜଗତସିଂହପୁର, ଯାଜପୁର, ସୁନ୍ଦରଗଡ, ଦେବଗଡ଼, ଅନୁଗୁଳ ଏବଂ ଢେଙ୍କାନାଳକୁ ସତର୍କତା । ବର୍ଷା ସମୟରେ ଘଣ୍ଟାପ୍ରତି ୪୦ ରୁ ୫୦କିଲୋମିଟର ବେଗରେ ବହିବ ପବନ । ଆଜି ଠାରୁ ୧୫ ତାରିଖ ପର୍ଯ୍ୟନ୍ତ ମତ୍ସଜୀବୀଙ୍କୁ ସମୁଦ୍ର ମନା ।

ଆହୁରି ପଢନ୍ତୁ ପାଣିପାଗ ଖବର...

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Red alert for Mayurbhanj district due to heavy rain | Argus News