Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୪ ଜିଲ୍ଲାକୁ ରେଡ୍‌ ଆଲର୍ଟ

Swoyang prajna Mishra
Browse all articles by Swoyang prajna Mishra
·1 year ago·2 min read
ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୪ ଜିଲ୍ଲାକୁ ରେଡ୍‌ ଆଲର୍ଟ

Key Points

ବଙ୍ଗୋପସାଗରରେ ସୃଷ୍ଟିହେଲା ଲଘୁଚାପ କ୍ଷେତ୍ର
ପ୍ରଭାବରେ ଉପକୂଳ ଓ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା
ଆଜି ପାଇଁ ୪ ଜିଲ୍ଲାକୁ ଅତ୍ୟନ୍ତ ପ୍ରବଳ ବର୍ଷା ନେଇ ରେଡ୍‌ ଆଲର୍ଟ
ମୟୂରଭଞ୍ଜ, ବାଲେଶ୍ବର, କେଉଁଝର, ସୁନ୍ଦରଗଡ଼କୁ ରେଡ୍ ଆଲର୍ଟ

ବଙ୍ଗୋପସାଗରରେ ସୃଷ୍ଟିହେଲା ଲଘୁଚାପ କ୍ଷେତ୍ର । ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ସକାଳ ସମୟରେ ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଉତ୍ତର ଓଡିଶା, ପଶ୍ଚିମବଙ୍ଗ ଏବଂ ଝାଡ଼ଖଣ୍ଡ ମଧ୍ୟ ଦେଇ ଗତିକରିବାର ସମ୍ଭାବନା ରହିଛି । ପ୍ରଭାବର ଉପକୂଳ ଓ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ପାଇଁ ୪ ଜିଲ୍ଲାକୁ ଅତ୍ୟନ୍ତ ପ୍ରବଳ ବର୍ଷା ହେବା ନେଇ ରେଡ୍‌ ଆଲର୍ଟ ଜାରି କରାଯାଇଛି ।


ସେହି ସବୁ ଜିଲ୍ଲା ଗୁଡ଼ିକ ହେଲା ମୟୂରଭଞ୍ଜ, ବାଲେଶ୍ବର, କେଉଁଝର ଓ ସୁନ୍ଦରଗଡ଼ ।ସେପଟେ ବିଭିନ୍ନ ୱାର୍ଡରେ ଲୋକଙ୍କ ଘରେ ଡ୍ରେନ ପାଣି ପଶିଛି । ବାରିପଦା ସହର ମଧ୍ୟରେ ଥିବା ଜରାଳି, ସରାଳି ଓ ସୁକାଯୋଡା ନଦୀ ସହ ବୁଢ଼ାବଳଙ୍ଗ ନଦୀରେ ଜଳସ୍ତର ବୃଦ୍ଧି ପାଇଛି । ଫଳରେ ସୁନଗଡିଆ, ଲାଲବଜାର, ମାଇନିଙ୍ଗ କଲୋନୀ, କବରଖାନା, କାଳିକାପୁର୍, ଦେଉଳସାହି, ମଧୁବନର ତଳି ଅଞ୍ଚଳରେ ବନ୍ୟା ପାଣି ମାଡ଼ିଛି । ଶିମିଳିପାଳ ଅଭୟାରଣ୍ୟ ଅଞ୍ଚଳରେ ଅତିରୁ ଅତି ପ୍ରବଳ ବର୍ଷା ରେକର୍ଡ ହୋଇଛି । ଉପର ମୁଣ୍ଡରେ ଅଧିକ ବର୍ଷା ହୋଇଥିବା କାରଣରୁ ବୁଢାବଳଙ୍ଗ ନଦୀ ଫୁଲୁଛି । ଫଳରେ ବାରିପଦା ସହରର ବିଭିନ୍ନ ୱାର୍ଡର ତଳି ଅଞ୍ଚଳରେ ବନ୍ୟା ଜଳ ପଶିବା ଆଶଙ୍କା ବୃଦ୍ଧି ପାଇଛି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:


ସେହିପରି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଜାରି ହୋଇଛି ଅରେଞ୍ଜ ଆଲର୍ଟ । ୧୧ ଜିଲ୍ଲାକୁ ଜାରି ହୋଇଛି ୟେଲୋ ଆଲର୍ଟ । ଲଘୁଚାପ ପ୍ରଭାବରେ ରାଜ୍ୟର ଭାରି ବର୍ଷର ସମ୍ଭାବନା ଥିବା ବେଳେ ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବ ।

Sponsored
Red alert for very heavy rain in 4 districts today | Argus News