Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ଭୀଷଣ ବର୍ଷା ନେଇ ୧୦ ଜିଲ୍ଲାକୁ ରେଡ ଆଲର୍ଟ 

Odisha

ଭୀଷଣ ବର୍ଷା ନେଇ ୧୦ ଜିଲ୍ଲାକୁ ରେଡ ଆଲର୍ଟ 

Manini Pattanayak
Browse all articles by Manini Pattanayak
·1 year ago·2 min read
ଭୀଷଣ ବର୍ଷା ନେଇ ୧୦ ଜିଲ୍ଲାକୁ ରେଡ ଆଲର୍ଟ 

ଭୁବନେଶ୍ୱର:  ପୁରୀ ଉପକୂଳ ଅତିକ୍ରମ କଲା ଗଭୀର ଅବପାତ । ଦିନ ସାଢେ ୧୦ ରୁ ସାଢେ ୧୧ଟା ମଧ୍ୟରେ ଉପକୂଳ ଅତିକ୍ରମ କରିଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଗଭୀର ଅବପାତ ପ୍ରଭାବରେ ସାରା ରାଜ୍ୟରେ ଲାଗି ରହିଛି ବର୍ଷା । ବିଶେଷ କରି ଆଜି ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ଭୀଷଣ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ଭୀଷଣ ବର୍ଷା ନେଇ ୧୦ଟି ଜିଲ୍ଲାକୁ ରେଡ ଆଲର୍ଟ ଜାରି କରାଯାଇଥିବା ବେଳେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୧୨ଟି ଜିଲ୍ଲାକୁ ଅରେଞ୍ଜ ଏବଂ ପ୍ରବଳ ବର୍ଷା ନେଇ ୮ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ରେଡ ଆଲର୍ଟରେ ଥିବା ଜିଲ୍ଲାଗୁଡିକ ହେଲା  ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ବଲାଙ୍ଗିର, କୋରାପୁଟ, ମାଲକାନଗିରି ଏବଂ ନବରଙ୍ଗପୁର । ଏହି ସବୁ ଜିଲ୍ଲାରେ ୨ଶହ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ ।

ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ସହ ଅକସ୍ମାତ ବନ୍ୟା ପରିସ୍ଥିତି ଉପୂଜିପାରେ । ବର୍ଷା ସମୟରେ ଘଣ୍ଟାପ୍ରତି ୪୦ ରୁ ୫୦ କିଲୋମିଟର ବେଗରେ ପବନ ବହି । ଫଳରେ ଅଶାନ୍ତ ହେବ ସମୁଦ୍ର । ଏଥିପାଇଁ ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ମତ୍ସଜୀବୀଙ୍କୁ ସମୁଦ୍ର ନ ଯିବାକୁ ପରାମର୍ଶ ଦିଆଯାଇଛି । ସେହିଭଳି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ବରଗଡ, ସୋନପୁର, ନୂଆପଡା, କଳାହାଣ୍ଡି, ରାୟଗଡା ଏବଂ ଗଜପତି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି ।  ପ୍ରବଳ ବର୍ଷା ନେଇ ବାଲେଶ୍ବର, ଭଦ୍ରକ, ଯାଜପୁର, ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା ଏବଂ ଦେବଗଡକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର ।

କାଲି ସକାଳ ପର୍ଯ୍ୟନ୍ତ ସର୍ବାଧିକ ବର୍ଷାର ପ୍ରଭାବ ରହିବ । କାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଝାରସୁଗୁଡା, ବରଗଡ ଏବଂ ନୂଆପଡାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ବେଳେ ପ୍ରବଳ ବର୍ଷା ନେଇ ୪ଟି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି ।  ଗଭୀର ଅବପାତଟି ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି । ଆସନ୍ତା ଦୁଇ ଦିନ ମଧ୍ୟରେ ଉତ୍ତର ଓଡ଼ିଶା, ଗାଙ୍ଗେଟି ପଶ୍ଚିମବଙ୍ଗ, ଝାଡଖଣ୍ଡ ଦେଇ ଛତିଶଗଡ ମୁହାଁ ହେବ । ପ୍ରଭାବରେ ଉପର ମହାନଦୀ କ୍ୟାଚ୍ମେଣ୍ଟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଫଳରେ ମହାନଦୀ ସମେତ ବିଭିନ୍ନ ଶାଖା ନଦୀ ପୁଣି ଫୁଲିବାର ଆଶଙ୍କା ରହିଛି । xତ ୨୪ ଘଣ୍ଟାରେ ମାଲକାନଗିରିରେ ସର୍ବାଧିକ ୨୫୩ ମିଲିମିଟର ବର୍ଷା ରେକର୍ଡ ହୋଇଥିବା ବେଳେ ଚିତ୍ରକୋଣ୍ଡାରେ ୨୨୫ ମିଲିମିଟର, କୋରାପୁଟ ଲମତାପୁଟରେ ୧୩୨ ମିଲିମିଟର ବର୍ଷା ରେକର୍ଡ ହୋଇଛି ।  
ଅଧିକ ପଢନ୍ତୁ ଓଡ଼ିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Education Next Season 5
Sponsored
Red alert in 10 districts due to heavy rain | Argus News