Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ବାତ୍ୟା ‘ଦାନା’ ପ୍ରସଙ୍ଗ : ରିଲିଫ କାର୍ଯ୍ୟରେ ପ୍ରଶାସନ ଓ ସରକାରଙ୍କୁ ସହଯୋଗ କରିବାକୁ କାର୍ଯ୍ୟକର୍ତ୍ତା ନିୟୋଜିତ ହେବ

Ritu Das
Browse all articles by Ritu Das
·1 year ago·1 min read
ବାତ୍ୟା ‘ଦାନା’ ପ୍ରସଙ୍ଗ : ରିଲିଫ କାର୍ଯ୍ୟରେ ପ୍ରଶାସନ ଓ ସରକାରଙ୍କୁ ସହଯୋଗ କରିବାକୁ କାର୍ଯ୍ୟକର୍ତ୍ତା ନିୟୋଜିତ ହେବ

ଅର୍ଗସ ବ୍ୟୁରୋ: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ‘ଦାନା’ ଭୀଷଣ ବାତ୍ୟା ରୂପ ନେଇ ୨୪ ତାରିଖ ମଧ୍ୟରାତ୍ରିରେ ଓଡ଼ିଶା ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହି ସମୟରେ ପବନର ବେଗ ଘଂଟା ପ୍ରତି ୧୦୦ରୁ ୧୨୦ କିମି ରହିବା ସହିତ ଅତି ପ୍ରବଳ ବର୍ଷା ହେବା ଆକଳନ କରାଯାଇଛି । ଦାନା ବାତ୍ୟା ପ୍ରଭାବରେ ବିଶେଷ ଭାବେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଖୋର୍ଦ୍ଧା, କଟକ, ପୁରୀ, ନୟାଗଡ, କେନ୍ଦୁଝର, ମୟୂରଭଞ୍ଜ ସମେତ ରାଜ୍ୟର ଅନ୍ୟ ଜିଲ୍ଲାଗୁଡ଼ିକ ପ୍ରଭାବିତ ହେବ । ଏହି ସମୟରେ ଭୟଭୀତ ନହୋଇ ଧର୍ଯ୍ୟର ସହ ବାତ୍ୟା ପରିସ୍ଥିତିର ମୁକାବିଲା ପାଇଁ ଓଡିଶାବାସୀଙ୍କୁ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ପରାମର୍ଶ ଦେଇଛନ୍ତି ।

ଶ୍ରୀ ସାମଲ କହିଛନ୍ତି, ସମ୍ଭାବ୍ୟ ବାତ୍ୟା ପରିସ୍ଥିତିର ସଫଳ ମୁକାବିଲା ପାଇଁ ଓଡ଼ିଶା ସରକାରଙ୍କ ପକ୍ଷରୁ ବିଭନ୍ନ ପଦକ୍ଷେପ ନିଆଯାଇଛି । ବାତ୍ୟାବେଳେ ଜିରୋ କାଜୁଆଲିଟି ପାଇଁ ରାଜ୍ୟ ସରକାର ଲକ୍ଷ୍ୟ ରଖିଥିବାବେଳେ ସେବା, ସହାୟତା, ରିଲିଫ କାର୍ଯ୍ୟରେ ପ୍ରଶାସନ ଓ ସରକାରଙ୍କୁ ପୂର୍ଣ୍ଣ ସହଯୋଗ କରିବାକୁ କାର୍ଯ୍ୟକର୍ତାମାନଙ୍କୁ ଆହ୍ୱାନ ଦେଇଛନ୍ତି । ବାତ୍ୟା ପୂର୍ବରୁ ଜନସାଧାରଣ ଓ ପ୍ରାଣୀ ସଂପଦକୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତରଣ, ଶୁଖିଲା ଓ ରନ୍ଧା ଖାଦ୍ୟ ବଂଟନ, ବୃଦ୍ଧବୃଦ୍ଧା, ଗର୍ଭବତୀ ମହିଳା ଓ ରୋଗୀଙ୍କୁ ଉପଯୁକ୍ତ ଚିକିତ୍ସା ସୁବିଧା ଯୋଗାଇ ଦେବା କାର୍ଯ୍ୟରେ ପ୍ରଶାସନ ଓ ସରକାରଙ୍କୁ କାର୍ଯ୍ୟକର୍ତ୍ତାମାନେ ସହଯୋଗ କରିବେ। ସେହିପରି ବାତ୍ୟା ପରେ ପୁନରୁଦ୍ଧାର କାର୍ଯ୍ୟରେ ବିଜେପି କାର୍ଯ୍ୟକର୍ତ୍ତାମାନେ କାର୍ଯ୍ୟ କରିବାକୁ ରାଜ୍ୟ ସଭାପତି ଶ୍ରୀ ସାମଲ ଆହ୍ୱାନ ଦେଇଛନ୍ତି। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Regarding the storm 'Dana' | Argus News