|
logo
Live
Argus News App
GET APP

Argus News - ୯ ଜିଲ୍ଲାର ଦାୟିତ୍ୱରେ ଥିବା ମନ୍ତ୍ରୀ ଏବଂ ବିଭିନ୍ନ ଜିଲ୍ଲାର ସଚିବ ମାନଙ୍କ ସହ ବାତ୍ୟା ସ୍ଥିତି ସମୀକ୍ଷା

Odisha

୯ ଜିଲ୍ଲାର ଦାୟିତ୍ୱରେ ଥିବା ମନ୍ତ୍ରୀ ଏବଂ ବିଭିନ୍ନ ଜିଲ୍ଲାର ସଚିବ ମାନଙ୍କ ସହ ବାତ୍ୟା ସ୍ଥିତି ସମୀକ୍ଷା

Rashmita Mishra
Browse all articles by Rashmita Mishra
·1 year ago·1 min read
୯ ଜିଲ୍ଲାର ଦାୟିତ୍ୱରେ ଥିବା ମନ୍ତ୍ରୀ ଏବଂ ବିଭିନ୍ନ ଜିଲ୍ଲାର ସଚିବ ମାନଙ୍କ ସହ ବାତ୍ୟା ସ୍ଥିତି ସମୀକ୍ଷା

ଅର୍ଗସ ବ୍ୟୁରୋ: ମଧ୍ୟାହ୍ନ ରେ ବାତ୍ୟା ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ୯ ଜିଲ୍ଲାର ଦାୟିତ୍ୱରେ ଥିବା ମନ୍ତ୍ରୀ ଏବଂ ବିଭିନ୍ନ ଜିଲ୍ଲାର ସଚିବ ମାନଙ୍କ ସହ ବାତ୍ୟା ସ୍ଥିତି ର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ । 

ବଳ ଗୋଟାଉଛି ‘ଦାନା’ । ଭୀଷଣ ବାତ୍ୟା ରୂପ ନେଇ ଉପକୂଳ ମୁହାଁ ‘ଦାନା’ । ବର୍ଷା ସାଙ୍ଗକୁ ବଢ଼ୁଛି ପବନର ବେଗ । ଆତଙ୍କିତ ଅବସ୍ଥାରେ ଲୋକେ । ଲ୍ୟାଣ୍ଡଫଲ ପରେ ରିକର୍ଭ କରିବ ଭୀଷଣ ବାତ୍ୟା 'ଦାନା' । ରିକର୍ଭ କରି ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡିଶା ମୁହାଁଇବ ଦାନା । ଉତ୍ତର ଉପକୂଳ ଓଡ଼ିଶା ସହ ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାରେ ହେବ ବର୍ଷା । ଭୀଷଣ ବାତ୍ୟା ଏବେ ପାରାଦୀପ ଠାରୁ ୨୬୦ କିମି ଦକ୍ଷିଣ ପୂର୍ବରେ କେନ୍ଦ୍ରୀଭୂତ । ଧାମରା ବନ୍ଦର ଠାରୁ ୨୯୦ କିମି ଦକ୍ଷିଣ ପୂର୍ବରେ ରହିଛି ବାତ୍ୟା । ଗତ ୬ ଘଣ୍ଟା ହେବ ଘଣ୍ଟାପ୍ରତି ୧୨ କିମି ବେଗରେ ଗତି କରୁଛି ଦାନା । ଆଜି ମଧ୍ୟରାତ୍ରରେ ଭିତରକନିକା ଏବଂ ଧାମରା ମଧ୍ୟରେ କରିବ ଲ୍ୟାଣ୍ଡଫଲ । ଲ୍ୟାଣ୍ଡଫଲ ପରେ ଭଦ୍ରକରୁ ରିକର୍ଭ କରି ପଶ୍ଚିମ ଓଡିଶା କୁ ମୁହିଁଇବ । କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ ଦେଇ ଅତିକ୍ରମ କରିବ ସିଷ୍ଟମ ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
୯ ଜିଲ୍ଲାର ଦାୟିତ୍ୱରେ ଥିବା ମନ୍ତ୍ରୀ ଏବଂ ବିଭିନ୍ନ ଜିଲ୍ଲାର ସଚିବ ମାନଙ୍କ ସହ ବାତ୍ୟା ସ୍ଥିତି ସମୀକ୍ଷା | Argus News