Videos
|
Odisha

ମୃତ ସୌମ୍ୟାଶ୍ରୀଙ୍କ ପରିବାରକୁ ୨୦ ଲକ୍ଷ ଟଙ୍କାର ସହାୟତା ଘୋଷଣା

Swoyang prajna Mishra
Browse all articles by Swoyang prajna Mishra
·1 year ago·2 min read
ମୃତ ସୌମ୍ୟାଶ୍ରୀଙ୍କ ପରିବାରକୁ ୨୦ ଲକ୍ଷ ଟଙ୍କାର ସହାୟତା ଘୋଷଣା

Key Points

ସୌମ୍ୟାଶ୍ରୀଙ୍କ ପରିବାରକୁ ୨୦ ଲକ୍ଷ ଟଙ୍କାର ସହାୟତା ଘୋଷଣା । ମୁଖ୍ୟମନ୍ତ୍ରୀ ସହାୟତା ରାଶି ଦେଇଥିବା ସୂଚନା ଦେଲେ ସାଂସଦ ପ୍ରତାପ ଷଡଙ୍ଗୀ ।

ମୃତ ସୌମ୍ୟାଶ୍ରୀଙ୍କ ପରିବାରକୁ ୨୦ ଲକ୍ଷ ଟଙ୍କାର ସହାୟତା ଘୋଷଣା । ମୁଖ୍ୟମନ୍ତ୍ରୀ ସହାୟତା ରାଶି ଦେଇଥିବା ସୂଚନା ଦେଲେ ସାଂସଦ ପ୍ରତାପ ଷଡଙ୍ଗୀ ।

ସେପଟେ ସୌମ୍ୟାଶ୍ରୀଙ୍କ ପାର୍ଥିବ ଶରୀର ଗାଁରେ ପହଞ୍ଚିବା ପରେ ଶେଷକୃତ୍ୟ କାର୍ଯ୍ୟ କରାଯାଇଛି । ମୃତ ସୌମ୍ୟାଶ୍ରୀଙ୍କୁ ଶ୍ମଶାନରେ ମୁଖାଗ୍ନି ଦେଇଛନ୍ତି ତାଙ୍କ ଭାଇ । କାନ୍ଦବୋବାଳିରେ ଫାଟି ପଡୁଛି ପଳାଶିଆ ଗାଁ । ଶେଷରେ ଜୀବନ ଯୁଦ୍ଧରେ ହାରିଗଲେ ସୁନାଝିଅ ସୌମ୍ୟଶ୍ରୀ । ଏମ୍‌ସରେ ଚିକିତ୍ସାଧିନ ଅବସ୍ଥାରେ ସୌମ୍ୟାଶ୍ରୀ ଜୀବନ ହରାଇଛନ୍ତି ।

ଆଜି ରାତି ପ୍ରାୟ ୧୨ଟାରେ ପରିବାର ସଦସ୍ୟ ଓ ହସ୍ପିଟାଲରେ ଉପସ୍ଥିତ ଥିବା ସାଙ୍ଗମାନଙ୍କୁ ଛାତ୍ରୀଙ୍କ ମୃତ୍ୟୁ ସମ୍ପର୍କରେ ଅବଗତ କରାଯାଇଥିଲା। ସଙ୍ଗେ ସଙ୍ଗେ ହସ୍ପିଟାଲ ପରିସର କାନ୍ଦବୋବାଳିରେ ଫାଟି ପଡ଼ିଥିଲା। ଏହାର କିଛି ସମୟ ପରେ ଡାକ୍ତର ତାଙ୍କୁ ବିଧିବଦ୍ଧ ଭାବେ ମୃତ ଘୋଷଣା କରିଥିଲେ।

୧୨ ତାରିଖ ମଧ୍ୟାହ୍ନରେ ପୀଡ଼ିତା ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିଲେ। ଖୁବ୍ କମ୍ ସମୟ ମଧ୍ୟରେ ତାଙ୍କ ଦେହ ଭୟାନକ ଭାବେ ଜଳି ଯାଇଥିଲା। ପ୍ରଥମେ ତାଙ୍କୁ ବାଲେଶ୍ବର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ପରେ ଭୁବନେଶ୍ବର ଏମ୍‌ସକୁ ସ୍ଥାନାନ୍ତର କରାଯାଇଥିଲା। ଶରୀରର ୯୫ ପ୍ରତିଶତ ଅଂଶ ପୋଡ଼ି ଯାଇଥିବାବେଳେ ସ୍ବାସ୍ଥ୍ୟାବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ଥିଲା। ତାଙ୍କୁ ସର୍ବୋତ୍ତମ ଚିକିତ୍ସା ଯୋଗାଇ ଦେବା ଲାଗି ଏମ୍‌ସରେ ଏକ ୧୦ ଜଣିଆ ବିଶେଷଜ୍ଞ ଡାକ୍ତରୀ ଟିମ୍ ଗଲା ୬୦ ଘଣ୍ଟା ଧରି ଦିନରାତି ଏକ କରି ଦେଇଥିଲେ। ଦିଲ୍ଲୀ ଏମ୍‌ସର ବିଶେଷଜ୍ଞ ଦଳ ସହିତ ବି ନିରନ୍ତର ଯୋଗାଯୋଗରେ ରହି ଚିକିତ୍ସା କରାଯାଉଥିଲା। ତେବେ ଡାକ୍ତରମାନଙ୍କ ସମସ୍ତ ପ୍ରୟାସ ସତ୍ତ୍ବେ ପୀଡ଼ିତାଙ୍କ ସ୍ବାସ୍ଥ୍ୟରେ କୌଣସି ଉନ୍ନତି ପରିଲକ୍ଷିତ ହୋଇ ନଥିଲା। ଆଉ ଆଜି ବିଳମ୍ବିତ ରାତିରେ ଏମ୍‌ସ କର୍ତ୍ତୃପକ୍ଷ ତାଙ୍କୁ ମୃତ (କ୍ଲିନିକାଲ୍‌ ଡେଥ୍‌) ଘୋଷଣା କରିଛନ୍ତି।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Rs 20 lakh declaration of aid amount for the family of soumyashree | Argus News