Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଆଜି ରୁକ୍ମଣୀ ହରଣ ଏକାଦଶୀ

Banajyotshna Ray
Browse all articles by Banajyotshna Ray
·2 years ago·1 min read
ଆଜି ରୁକ୍ମଣୀ ହରଣ ଏକାଦଶୀ

ଅର୍ଗସ ବ୍ୟୁରୋ: ଆଜି ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ଏକାଦଶୀ ତିଥି। ଯାହାକୁ ରୁକ୍ମଣୀ ହରଣ ଏକାଦଶୀ ବୋଲି କୁହାଯାଏ। ଏହି ପବିତ୍ର ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବିବାହ ମହୋତ୍ସବ ଅନୁଷ୍ଠିତ ହେବ । ଏଥିପାଇଁ  ମା’ଲକ୍ଷ୍ମୀ ଠାକୁରାଣୀ ସାଜିବେ ଦେବୀ ରୁକ୍ମଣୀ । ଶ୍ରୀମଦନମୋହନ ସାଜିବେ ଶ୍ରୀକୃଷ୍ଣ ।  ଶିଶୁପାଳ ରୁକ୍ମଣୀଙ୍କୁ ବିବାହ କରିବାକୁ ଚାହୁଁଥିବା ଜାଣିପାରି ତାଙ୍କୁ ବାଟରୁ ହରଣ କରିନେବାକୁ ଦେବୀ ଗୁପ୍ତରେ ଶ୍ରୀକୃଷ୍ଣଙ୍କୁ ଚିଠି ଲେଖି ଜଣାଇଥିଲେ ।

ତେଣୁ ଏହି ପରମ୍ପରା ମୁତାବକ ଶ୍ରୀମନ୍ଦିରରେ ବିଧି ମୁତାବକ ବିମଳାଙ୍କ ମନ୍ଦିରରେ ପୂଜା ସାରି ଫେରିବା ବାଟରେ ରୁକ୍ମଣୀ ରୂପୀ ମା’ଲକ୍ଷ୍ମୀ ଠାକୁରାଣୀଙ୍କୁ ଶ୍ରୀକୃଷ୍ଣରୂପୀ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ ହରଣ କରିନେବେ । ବାଟରେ ଶିଶୁପାଳ ପ୍ରତିରୋଧ କରିବେ । ଘମାଘୋଟ ଲଢ଼େଇ ପରେ ଶିଶୁପାଳ ପରାସ୍ତ ହୋଇ ବନ୍ଦୀ ହେବେ । ସେବକମାନେ ଦେବତାଙ୍କ ପକ୍ଷରୁ ଏହି ନୀତି ସମ୍ପାଦନ କରିବେ । ରାତିରେ ମହାପ୍ରଭୁଙ୍କ ସହିତ ରୁକ୍ମଣୀଙ୍କ ବିବାହ ଉତ୍ସବ ସମ୍ପନ୍ନ ହେବ । ଏଥି ସହିତ ଭିତର ଚନ୍ଦନ ଯାତ୍ରା ଅବସରରେ ମହାପ୍ରଭୁଙ୍କ ଜଳକ୍ରୀଡ଼ା ବିଧି ମଧ୍ୟ ଅନୁଷ୍ଠିତ ହେବ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Rukmini haran ekadashi to be observed in srimandir today | Argus News