କନିଷ୍ଠ ଶିକ୍ଷକଙ୍କ ଦରମା ବଢ଼ିଲା
·2 years ago·1 min read

ଅର୍ଗସ ବ୍ୟୁରୋ: ରାଜ୍ୟରେ ଥିବା ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଗୁଡ଼ିକରେ ନିୟୋଜିତ ହୋଇଥିବା କନିଷ୍ଠ ଶିକ୍ଷକ (Junior Teacher) (ଯେଉଁମାନେ ଯୋଜନା ଭିତ୍ତିକ ପଦବୀରେ ୩ ବର୍ଷ କାର୍ଯ୍ୟ କରିସାରିଛନ୍ତି) ସେମାନଙ୍କର ବିଭିନ୍ନ ଦାବିକୁ ବିଚାରକୁ ନେଇ ସରକାର ତାଙ୍କ ମାସିକ ପାରିଶ୍ରମିକ ୧୩,୮୦୦ ପରିବର୍ତ୍ତେ ୨୦,୦୦୦ ଟଙ୍କା କରିବା ପାଇଁ ସ୍ଥିର କରିଛନ୍ତି । ଏହି ବୃଦ୍ଧି ପିଛିଲା ଭାବେ ତା.୦୧.୦୧.୨୦୨୩ ରିଖ ଠାରୁ ଲାଗୁ ହେବ। ଏହା ଦ୍ୱାରା ରାଜ୍ୟର କାର୍ଯ୍ୟରତ ୧୨,୭୮୪ ଜଣ କନିଷ୍ଠ ଶିକ୍ଷକ ଉପକୃତ ହେବେ । ଏଥିପାଇଁ ଅତିରିକ୍ତ ୯୫ କୋଟି ଟଙ୍କା ବାର୍ଷିକ ଖର୍ଚ୍ଚ ହେବ।
ମହାନଗର ନିଗମର ମେୟରଙ୍କ ଦରମା ୫୦ ହଜାରକୁ ବୃଦ୍ଧି
ସୂଚନାଯୋଗ୍ୟ ଯେ, 5T ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତ ଅବସରରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ନିୟୋଜିତ ଥିବା କନିଷ୍ଠ ଶିକ୍ଷକମାନେ ସେମାନଙ୍କ ଅସୁବିଧା ସମ୍ପର୍କରେ ଦୃଷ୍ଟି ଆକର୍ଷଣ କରିଥିଲେ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: