Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ସର୍ବନିମ୍ନ ଦରମା ୩୦ ହଜାରରୁ ୪୫ ହଜାରକୁ ବୃଦ୍ଧି

Odisha

ସର୍ବନିମ୍ନ ଦରମା ୩୦ ହଜାରରୁ ୪୫ ହଜାରକୁ ବୃଦ୍ଧି

Smruti Parija
Browse all articles by Smruti Parija
·1 year ago·1 min read
ସର୍ବନିମ୍ନ ଦରମା ୩୦ ହଜାରରୁ ୪୫ ହଜାରକୁ ବୃଦ୍ଧି

ରାଜ୍ୟ ସରକାରଙ୍କ ବଡ ଘୋଷଣା । ଓଡ଼ିଶା ସ୍ପେଶାଲ ଷ୍ଟ୍ରାଇକିଂ ଫୋର୍ସରେ ନିଯୁକ୍ତ ପୋଲିସ କର୍ମଚାରୀଙ୍କ ପାରିଶ୍ରମିକ ବୃଦ୍ଧି ହୋଇଛି । ସର୍ବନିମ୍ନ ମାସିକ ପାରିଶ୍ରମିକ ୩୦ ହଜାରରୁ ୪୫ ହଜାର ଟଙ୍କାକୁ ବୃଦ୍ଧି ହୋଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ପୋଲିସ କର୍ମଚାରୀମାନଙ୍କର ମାସିକ ପାରିଶ୍ରମିକ ବୃଦ୍ଧି କରିଛନ୍ତି । ଏ ସମ୍ପର୍କୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଛନ୍ତି ।


ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ସିପାହୀମାନଙ୍କ ମାସିକ ପାରିଶ୍ରମିକ ୩୦ ହଜାର ଟଙ୍କାରୁ ୪୫ ହଜାର ଟଙ୍କାକୁ ବୃଦ୍ଧି ପାଇଛି । ସେହିପରି ଲାନ୍‍ସ ନାଏକ, ନାଏକ, ହାବିଲ୍‍ଦାରମାନଙ୍କ ପାରିଶ୍ରମିକ ୩୨ ହଜାରରୁ ୫୦ ହଜାର, ଜୁନିଅର କମିଶନ୍‍ଡ ଅଫିସର ୪୦ ହଜାରରୁ ୫୫ ହଜାର, ଜୁନିଅର କମିଶନ୍‍ଡ ଅଫିସର ୪୦ ହଜାରରୁ ୫୫ ହଜାର ଟଙ୍କାକୁ ବୃଦ୍ଧି ପାଇଛି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:


ସେହିପରି ଡିଙ୍ଗି ଡ୍ରାଇଭର, ସି-ମ୍ୟାନ୍ ମେକାନିକ୍, ଖଲାସିମାନଙ୍କ ମାସିକ ପାରିଶ୍ରମିକ ୩୦ ହଜାରରୁ ୪୫ ହଜାର, ସିରାଙ୍ଗ, ଇଞ୍ଜିନ୍‍ ଡ୍ରାଇଭରମାନଙ୍କର ୩୨ ହଜାରରୁ ୫୦ ହଜାର ଏବଂ ମାଷ୍ଟରମାନଙ୍କ ମାସିକ ପାରିଶ୍ରମିକ ୪୦ ହଜାରରୁ ୫୫ ହଜାର ଟଙ୍କାକୁ ବୃଦ୍ଧି ପାଇଛି ।


Sponsored
salary-of-odisha-special-striking-force-employees-increased | Argus News