Samaleswari Temple news / ଆଜି ଲୋକାର୍ପିତ ହେବ ସମ୍ବଲପୁରର ସମଲେଇ ପ୍ରକଳ୍ପ, ସକାଳୁ ସକାଳୁ ପୂଜାର୍ଚ୍ଚନା ଆରମ୍ଭ
·2 years ago·1 min read

Key Points
ସମ୍ବଲପୁରର ମା’ ସମଲେଶ୍ୱରୀ ପୀଠରେ ସମଲେଇ ପ୍ରକଳ୍ପର ଲୋକାର୍ପଣକୁ ନେଇ ପ୍ରସ୍ତୁତି ଶେଷ ହୋଇଛି। ପ୍ରକଳ୍ପ ଯଜ୍ଞ ପାଇଁ ପୂଜା ବିଧି ଆରମ୍ଭ ହୋଇଥିବା ବେଳେ ଲୋକାର୍ପଣ ପରେ ଭକ୍ତମାନେ ମା’ଙ୍କ ଦର୍ଶନ କରିପାରିବେ। ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମକୁ ଦୃଷ୍ଟିରେ ରଖି ସମ୍ବଲପୁରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି ଏବଂ ୩୫ ପ୍ଲାଟୁନ୍ ଫୋର୍ସ ମୁତୟନ ହୋଇଛି।
ଅର୍ଗସ ବ୍ୟୁରୋ: ଆଜି ସମଲେଇ ପ୍ରକଳ୍ପର ଉଦଘାଟନ । ପଶ୍ଚିମ ଓଡିଶାର ଆଧାତ୍ମିକ ଭାବାବେଗର ପ୍ରାଣକେନ୍ଦ୍ର, ମା’ ସମଲେଶ୍ୱରୀ ପୀଠରେ ନିର୍ମାଣ ଚାଲିଥିବା ଏହି ପ୍ରକଳ୍ପର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମା’ ସମଲେଇ ପ୍ରକଳ୍ପ ଯଜ୍ଞ ପାଇଁ ପୂଜା ବିଧି ଆରମ୍ଭ ହୋଇସାରିଛି । ଲୋକାର୍ପଣ ପରେ ଅପରାହ୍ଣ ୫ଟାରୁ ଭକ୍ତମାନେ ମା’ ସମଲେଶ୍ୱରୀଙ୍କ ଦର୍ଶନ କରିପାରିବେ । ସମଲେଶ୍ୱରୀ ପ୍ରକଳ୍ପର ଲୋକାର୍ପଣ ପାଇଁ ଆଜି ରାଜ୍ୟର ସବୁ ସ୍କୁଲ ଓ କଲେଜ ବନ୍ଦ ଘୋଷଣା କରାଯାଇଛି ।
ସେହିପରି ସରକାରୀ କାର୍ଯ୍ୟାଳୟ ମଧ୍ୟ ବନ୍ଦ ରଖିବାକୁ ରାଜ୍ୟ ସରକାର ଘୋଷଣା କରିଛନ୍ତି । ପ୍ରକଳ୍ପର ପ୍ରତିଟି ଦୃଶ୍ୟକୁ ଟେଲିଭିଜିନ ମାଧ୍ୟମରେ ଦେଖିବା ପାଇଁ ବ୍ୟବସ୍ଥା କରାଯାଇଛି । ଏଥିସହ ସମ୍ବଲପୁରରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ହେବାକୁ ଥିବାରୁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ସୁରକ୍ଷା ଦୃଷ୍ଟିରୁ ୩୫ ପ୍ଲାଟୁନ୍ ଫୋର୍ସ ମୁତୟନ କରାଯାଇଛି ।
ଅଧିକ ପଢନ୍ତୁ ଓଡ଼ିଶା ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories