Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

CM Mohan Majhi / ବିଶ୍ବସ୍ତରୀୟ ହେବ ମା’ ସମଲେଶ୍ବରୀ ପୀଠ: ମୁଖ୍ୟମନ୍ତ୍ରୀ

Ritu Das
Browse all articles by Ritu Das
·9 months ago·2 min read
ବିଶ୍ବସ୍ତରୀୟ ହେବ ମା’ ସମଲେଶ୍ବରୀ ପୀଠ: ମୁଖ୍ୟମନ୍ତ୍ରୀ

Key Points

ବିଶ୍ବସ୍ତରୀୟ ହେବ ମା’ ସମଲେଶ୍ବରୀ ପୀଠ। ଲୋକସେବା ଭବନରେ ବିକାଶ କାର୍ଯ୍ୟର ସମୀକ୍ଷା କରିବା ସହ ପୀଠର ବିକାଶ କାର୍ଯ୍ୟକୁ ବିଶ୍ବସ୍ତରୀୟ କରିବା ପାଇଁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।

ବିଶ୍ବସ୍ତରୀୟ ହେବ ମା’ ସମଲେଶ୍ବରୀ ପୀଠ। ଲୋକସେବା ଭବନରେ ବିକାଶ କାର୍ଯ୍ୟର ସମୀକ୍ଷା କରିବା ସହ ପୀଠର ବିକାଶ କାର୍ଯ୍ୟକୁ ବିଶ୍ବସ୍ତରୀୟ କରିବା ପାଇଁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମା’ ସମଲେଶ୍ବରୀ ମନ୍ଦିର ବିକାଶ କାମ ୩୧୬ କୋଟି ଟଙ୍କା ବିନିଯୋଗରେ ୮୨ ଏକର ପରିମିତ ଅଞ୍ଚଳରେ ଦୁଇଟି ପର୍ଯ୍ୟାୟରେ କାର୍ଯ୍ୟକାରୀ ହେଉଛି । ଆଜି ବସିବ ବିଜେପିର କୋର୍ କମିଟି ବୈଠକ, ନୂଆପଡା ଉପନିର୍ବାଚନ ନେଇ ହେବ ଆଲୋଚନା


ଏଥିସହ ପଢ଼ନ୍ତୁ: ମୁଖ୍ୟମନ୍ତ୍ରୀଙ୍କ ଆଇନ ଶୃଙ୍ଖଳା ସମୀକ୍ଷା, ସମସ୍ତ ଅସାମାଜିକ ବ୍ୟକ୍ତିଙ୍କ ଉପରେ ନଜର ରଖିବାକୁ ନିର୍ଦ୍ଦେଶ


ପ୍ରଥମ ପର୍ଯ୍ୟାୟରେ ମନ୍ଦିର ଚତୁର୍ପାଶ୍ବର କରିଡର ନିର୍ମାଣ, ଗୋପାଳଜିଉ ମଠର ବିକାଶ, ଦୀପ ଘର, ପାର୍କିଂ ସୁବିଧା, ରିଭର ଫ୍ରଣ୍ଟ ଡେଭଲପମେଣ୍ଟ କରାଯାଇଛି । ଦ୍ବିତୀୟ ପର୍ଯ୍ୟାୟରେ ଭକ୍ତ ନିବାସ, ଲେକ୍‌ ଜୋନ୍‌, ଦୋକାନ ଗୃହ, ଫୁଡ ପାର୍କ, ପାର୍କିଂ ଏବଂ ପ୍ରବେଶ ପଥ ବିକଶିତ କରାଯିବ। ଓଡିଶାର ପ୍ରସିଦ୍ଧ ଶକ୍ତିପୀଠ ମା’ ସମଲେଶ୍ବରୀଙ୍କ ପୀଠକୁ ବର୍ଷ ତମାମ ଭକ୍ତ, ଶ୍ରଦ୍ଧାଳୁ ଓ ପର୍ଯ୍ୟଟକ ଆସୁଥିବାରୁ ଭକ୍ତ ନିବାସରେ ଅଧିକ ସଂଖ୍ୟକ ଭକ୍ତଙ୍କ ରହଣି ସୁବିଧା, ଆବଶ୍ୟକସ୍ଥଳେ ବହୁତଳ ବିଶିଷ୍ଟ କରିବା ପାଇଁ ମୁଖ୍ୟମନ୍ତ୍ରୀ ମାଝୀ ପରାମର୍ଶ ଦେଇଛନ୍ତି। ମନ୍ଦିର ବିକାଶ କାର୍ଯ୍ୟ ପାଇଁ ବିସ୍ଥାପିତ ହେଉଥିବା ବାସିନ୍ଦାଙ୍କ ଉପଯୁକ୍ତ ଥଇଥାନ ପ୍ରତି ଯତ୍ନବାନ ହେବାକୁ କହିଛନ୍ତି ମୁଖ୍ୟମନ୍ତ୍ରୀ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:


ଏଥିସହ ପଢ଼ନ୍ତୁ: ସମୟ ଗଡ଼ୁଛି...ସସପେନ୍ସ ବଢ଼ୁଛି, ପୀତବାସଙ୍କ ମର୍ଡର ମିଷ୍ଟ୍ରି ପଛର କାରଣ ଖୋଜୁଛି ପୋଲିସ


ଏହି ବୈଠକରେ ପୂର୍ତ୍ତ ବିଭାଗ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ପୂର୍ତ୍ତ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂହ, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଶାଶ୍ବତ ମିଶ୍ର ଓ ପୂର୍ତ୍ତ ବିଭାଗର ବରିଷ୍ଠ ଅଧିକାରୀ ଓ ଯନ୍ତ୍ରୀମାନେ ଉପସ୍ଥିତ ଥିଲେ।

Sponsored
CM Mohan Majhi: Samaleswari Temple to Get World-Class Makeover: Odisha CM | Argus News