Argus News | Odisha News Today, ଓଡ଼ିଶା ଖବର , Odisha latest news

|
logo
Live

Argus News - ବାଲୁକାକଳାରେ ଉତ୍କଳ ଦିବସର ଶୁଭେଚ୍ଛା ଜଣାଇଛନ୍ତି ସୁଦର୍ଶନ ପଟ୍ଟନାୟକ

Odisha

ବାଲୁକାକଳାରେ ଉତ୍କଳ ଦିବସର ଶୁଭେଚ୍ଛା ଜଣାଇଛନ୍ତି ସୁଦର୍ଶନ ପଟ୍ଟନାୟକ

Smruti Parija
Browse all articles by Smruti Parija
·2 years ago·1 min read
ବାଲୁକାକଳାରେ ଉତ୍କଳ ଦିବସର ଶୁଭେଚ୍ଛା ଜଣାଇଛନ୍ତି ସୁଦର୍ଶନ ପଟ୍ଟନାୟକ

ପୁରୀ:  ଏପ୍ରିଲ 1 ତାରିଖ ଓଡ଼ିଶା ଦିବସ ତଥା ଉତ୍କଳ ଦିବସ । ଏହି  ଅବସରରେ ବାଲୁକାକଳାରେ ଶୁଭେଚ୍ଛା ବାର୍ତ୍ତା ଦେଇଛନ୍ତି ବାଲୁକା ଚିତ୍ରଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ । ପୁରୀ ନୀଳାଦ୍ରି ବିଚ୍ ରେ ଏକ ସୁନ୍ଦର ବାଲୁକା ଚିତ୍ରକଳା କରି ଏହି ଶୁଭେଚ୍ଛା ଦେଇଛନ୍ତି ସୁଦର୍ଶନ ପଟ୍ଟନାୟକ । 

କେଡେ ସୁନ୍ଦର ରାଇଜ ମୋର,କେଡେ ମିଠା ମୋ ଭାଷା...ଓଡିଶା...ମୋ ଓଡିଶା...

ବାଲୁକା ଚିତ୍ରକଳାରେ ଓଡ଼ିଶାର ମାନଚିତ୍ର ସହ ଓଡ଼ିଶାର ପ୍ରସିଦ୍ଧ ମନ୍ଦିର, ଐତିହ ସ୍ଥଳୀକୁ ସ୍ଥାନ ଦେଇଛନ୍ତି ପ୍ରଖ୍ୟାତ ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ । ଯାହାକି ବେଶ୍ ସୁନ୍ଦର୍ ହୋଇଛି । ଏହି ବାଲୁକା ଚିତ୍ରକଳା ମାଧ୍ୟମରେ ସୁଦର୍ଶନ ଓଡ଼ିଶାବାସୀଙ୍କ ସଫଳତା, ସମୃଦ୍ଧି କାମନା କରିଛନ୍ତି। ପୁରୀ ସ୍ୱର୍ଣ୍ଣାଭ ବେଳାଭୂମିରେ ସୁଦର୍ଶନଙ୍କ ଏହି ଆକର୍ଷଣୀୟ ବାଲୁକାକଳାକୁ ଦେଖିବାକୁ ପ୍ରବଳ ପର୍ଯ୍ୟଟକଙ୍କ ଭିଡ ପରିଲକ୍ଷିତ ହୋଇଥିଲା ।
 'ପ୍ରତ୍ୟେକ ଓଡ଼ିଆ ଭାଇ ଭଉଣୀମାନଙ୍କୁ 'ଉତ୍କଳ ଦିବସ’ର ଅଭିନନ୍ଦନ'

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:


 

Sponsored
sand-artist-sudarshan-pattnaik-wishes-on-utkal-divas | Argus News