ଆଜି ଶପଥ ନେବେ ସୁପ୍ରିମକୋର୍ଟର ନୂଆ ପ୍ରଧାନ ବିଚାରପତି ସଞ୍ଜୀବ ଖାନ୍ନା

ଅର୍ଗସ ବ୍ୟୁରୋ : ସୁପ୍ରିମକୋର୍ଟର ନୂଆ ପ୍ରଧାନ ବିଚାରପତି ସଞ୍ଜୀବ ଖାନ୍ନା । ଆଜି ସର୍ବୋଚ୍ଚ ନ୍ୟାୟାଳୟର ୫୧ତମ ପ୍ରଧାନ ବିଚାରପତି ଭାବେ ଶପଥ ଗ୍ରହଣ କରିବେ ଜଷ୍ଟିସ ସଞ୍ଜୀବ ଖାନ୍ନା। ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବେ ତାଙ୍କ କାର୍ଯ୍ୟକାଳ ଛଅ ମାସ ରହିବ। ଜଷ୍ଟିସ ଖାନ୍ନାଙ୍କ କାର୍ଯ୍ୟକାଳ ଆସନ୍ତା ବର୍ଷ ମେ ୧୩ରେ ଶେଷ ହେବ । ଗତ 8 ତାରିଖରେ ସିଜେଆଇ ଡିୱାଇ ଚନ୍ଦ୍ରଚୁଡ଼ଙ୍କ ଶେଷ କାର୍ଯ୍ୟ ଦିବସରେ ତାଙ୍କୁ ଭବ୍ୟ ବିଦୟୀ ସମ୍ବର୍ଦ୍ଧନା ଦିଆଯାଇଥିଲା । ପ୍ରଧାନ ବିଚାରପତି ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡ଼ ତାଙ୍କ ଉତ୍ତରାଧିକାରୀ ଭାବେ ବରିଷ୍ଠତା ଦୃଷ୍ଟିରୁ ଜଷ୍ଟିସ ଖାନ୍ନାଙ୍କ ନାଁ ସୁପାରିସ କରିଥିଲେ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରସ୍ତାବକୁ ଅନୁମୋଦନ କରିଥିଲେ ।
ଅଧିକ ପଢନ୍ତୁ : ୧୧ରେ ଶପଥ ନେବେ ନୂଆ ସିଜେଆଇ ସଞ୍ଜୀବ ଖାନା
୧୯୮୩ରେ ଦିଲ୍ଲୀ ବାର୍ କାଉନସିଲରେ ଆଇନଜୀବୀ ଭାବେ କାର୍ଯ୍ୟ ଆରମ୍ଭ କରି ଦିଲ୍ଲୀ ହଜାରୀ କମ୍ପ୍ଲେକ୍ସ ଜିଲ୍ଲା କୋର୍ଟରେ ଓକିଲ ଭାବେ ଅଭ୍ୟାସ ଆରମ୍ଭ କରିଥିଲେ ବିଚାରପତି ସଞ୍ଜୀବ ଖାନ୍ନା । ୨୦୦୫ରେ ଦିଲ୍ଲୀ ହାଇକୋର୍ଟର ଆଡିସନାଲ ଜଜ୍ ହୋଇଥିଲେ ଜଷ୍ଟିସ୍ ଖାନ୍ନା । ୨୦୦୬ରେ ତାଙ୍କୁ ସ୍ଥାୟୀ ବିଚାରପତି ଭାବେ ନିଯୁକ୍ତି ମିଳିଥିଲା । ୨୦୧୯ରୁ ସୁପ୍ରିମକୋର୍ଟର ବିଚାରପତି ଭାବେ ନିଯୁକ୍ତ ହୋଇଥିଲେ ।