କଳିଙ୍ଗ ଷ୍ଟାଡିୟମ ସମ୍ମୁଖରେ ଥିବା ଭେଣ୍ଡି ଜୋନରେ ଭୟାବହ ଅଗ୍ନିକାଣ୍ଡ
·2 years ago

ଅର୍ଗସ ବ୍ୟୁରୋ: କଳିଙ୍ଗ ଷ୍ଟାଡିୟମ ନିକଟ ଭେଣ୍ଡିଂ ଜୋନରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏହି ଭୟାବହ ଅଗ୍ନିକାଣ୍ଡରେ 11ଟି ଦୋକାନ ସମ୍ପୂର୍ଣ୍ଣ ଜଳିପୋଡି ପାଉଁଶ ହୋଇଯାଇଛି। ଲକ୍ଷାଧିକ ଟଙ୍କାର ସମ୍ପତ୍ତି ମଧ୍ୟ ପୋଡ଼ି ପାଉଁଶ ହୋଇଯାୋଇଛି।
ଖବର ଅନୁଯାୟୀ, ବୁଧବାର ଭୋର 4 ଟାରେ ନିଆଁ ଲାଗିଥିବା ଜଣାପଡ଼ିଛି। ତେବେ ଅଗ୍ନିକାଣ୍ଡ ପରେ ତୁରନ୍ତ ଅଗ୍ନିଶମ ବାହିନୀକୁ ଖବର ଦିଆଯାଇଥିଲା। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି। ତେବେ ନିଆଁ ଲାଗିବାର ପ୍ରକୃତ କାରଣ ଅସ୍ପଷ୍ଟ ରହିଛି। ସେପଟେ ଅଗ୍ନିକାଣ୍ଡ ସମ୍ପର୍କରେ ଖବର ପାଇ ଘଟଣା ସ୍ଥଳ ବୁଲି ଦେଖିଛନ୍ତି ଭୁବନେଶ୍ବର ମହାନଗର ନିଗମ ମେୟର। ଆଉ ସ୍ଥିତି ଅନୁଧ୍ୟାନ ପରେ ଅଗ୍ନିବିପନ୍ନଙ୍କୁ ସହାୟତା ମିଳିବ ବୋଲି କହିଛନ୍ତି ମେୟର ସୁଲୋଚନା ଦାସ।
ଅଧିକ ପଢ଼ନ୍ତୁ ଓଡ଼ିଶା ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: